Advertisements
Thursday, July 16, 2020
Home Education & Literacy ସରସ୍ୱତୀ ଶିଶୁମନ୍ଦିରରେ ବାଳ ଶିବିର, କନ୍ୟାଶିବିର ଓ ସଂସ୍କୃତି ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

ସରସ୍ୱତୀ ଶିଶୁମନ୍ଦିରରେ ବାଳ ଶିବିର, କନ୍ୟାଶିବିର ଓ ସଂସ୍କୃତି ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

ଲୋଇସିଂହା (ବିମଳେନ୍ଦୁ ସାହୁ): ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ କାର୍ତ୍ତିକ ଚତୁର୍ଦ୍ଦଶୀ ଅବସରରେ ବାଳ ଶିବିର, କନ୍ୟାଶିବିର ଏବଂ ସଂସ୍କୃତି ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ମୋଟ ୧୭୩ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡା ଆର ଶ୍ରୀକଳା ଯୋଗଦେଇ କିଶୋର ଅବସ୍ଥାରେ ଝିଅ ମାନଙ୍କ ସ୍ୱାସ୍ଥ୍ୟର ଯତ୍ନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଡା ଲଳିତ ମୋହନ ବାରିକ ସ୍ୱାସ୍ଥ୍ୟ ରକ୍ଷା ଏବଂ ସୁସ୍ଥ ଜୀବନ ପାଇଁ ଯୋଗ ଓ ଆଧ୍ୟାତ୍ମିକତାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ବଲାଙ୍ଗୀର ବିଭାଗର ବିଭାଗ ନିରୀକ୍ଷକ ବିପିନ ବିହାରୀ ମିଶ୍ର ବିଦ୍ୟା ଭାରତୀ, ଶିକ୍ଷା ବିକାଶ ସମିତିର ଆଭିମୁଖ୍ୟ, ଶିଶୁ ମନ୍ଦିର ଯୋଜନାରେ ଶିଶୁଙ୍କ ଶିଶୁଙ୍କ ସହଭାଗୀତ ତଥା ଉତ୍ତମ ଶିଶୁର ଲକ୍ଷଣ ସମ୍ବନ୍ଧରେ ଶିଶୁଙ୍କୁ ମାର୍ଗଦର୍ଶନ କରିଥିଲେ । ଏହି ଅବସରରେ ଶିଶୁମାନଙ୍କ ସୃଜନଶୀଳତା ବୃଦ୍ଧି ସକାଶେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ବ୍ୟବସ୍ଥା ସଂଯୋଜକ ବିଲାସିନୀ ପଧାନ, କୁନା ବେହେରାଙ୍କ ସଂଯୋଜନା ତଥା ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ସୁଚାରୁ ରୁପେ ସମ୍ପାଦିତ ହୋଇଥିଲା ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ-ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ପରୀକ୍ଷାର୍ଥୀ ଶତପ୍ରତିଶତ କୃତକାର୍ଯ୍ୟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ରାଜ୍ୟ ସ୍ତରୀୟ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ l ଏହାସହିତ ଟିକିରି ଥାନାସ୍ଥିତ ଦୋରାଗୁଡ଼ାରେ ଅବସ୍ଥିତ...

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି...

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା...

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ...

Recent Comments

%d bloggers like this: