Advertisements
Saturday, July 4, 2020
Home Children Issue ଗଣିତ ସଂସଦ ସହଯୋଗରେ ଏକଦିବସୀୟ ଗଣିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣିତ ସଂସଦ ସହଯୋଗରେ ଏକଦିବସୀୟ ଗଣିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର(ଓଡିଶା ନ୍ୟୁଜ୨୪): ଆଜି ୨୪/୧୧/୧୮ତାରିଖରେ ଆଗଲପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଓଡିଶା ଗଣିତ ସଂସଦ ସହଯୋଗରେ ଏକ ଏକଦିବସୀୟ ଗଣିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।

ଏହି ଶିବିରରେ ଆଗଲପୁର ବ୍ଲକର ବିଭିନ୍ନ ବିଦ୍ୟାଳୟର ୮୦ଜଣ ଛାତ୍ରଛାତ୍ରୀ ଓ ୩୦ଜଣ ଶିକ୍ଷକ ଅଂଶଗ୍ରହଣ କରିଥିଲେ । ଏହା ଷଷ୍ଠରୁ ଦଶମ ଶ୍ରେଣୀର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଥିଲା । ଶିବିରରେ ବିଗତ ବର୍ଷ ମାନଙ୍କରେ ବିଭିନ୍ନ ଜାତୀୟ ତଥା ରାଜ୍ୟ ସ୍ତରର ଗଣିତ ମେଧା ବୃତ୍ତିର ଜଟିଳ ପ୍ରଶ୍ନର ସରଳ ଭାବରେ ବିଶ୍ଳେଷଣାତ୍ମକ ବ୍ୟାଖ୍ୟା କରିଥିଲେ । ସାଧନ କର୍ମୀ ରୂପେ ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟର ଗଣିତ ବିଭାଗର ମୂଖ୍ୟ ଶ୍ରୀଯୁକ୍ତ ରାଧେଗୋପାଳ ଖମାରୀ ଏବଂ ଓଡିଶା ଗଣିତ ସଂସଦର ସାଧନକର୍ମୀ ଶ୍ରୀଯୁକ୍ତ ଜୀନେଶ ଚନ୍ଦ୍ର ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଦିଗଦର୍ଶନ ଦେଇଥିଲେ । ସିଆରସିସି ଚିତ୍ତରଞ୍ଜନ ବେହେରା, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନନ୍ତ ସାହୁ ଓ ଆଗଲପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରବୀଣ ମାଝୀ ସହଯୋଗ କରିଥିଲେ ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ତୈଳ ଦର ବୃଦ୍ଧି କୁ ନେଇ କଂଗ୍ରେସ ପକ୍ଷରୁ ଦାବି ପତ୍ର

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (ତା ୩/୭/୨୦): ବ୍ଲକ କଂଗ୍ରେସ ଦଳ ପକ୍ଷରୁ ତୈଳ ଦର ବୃଦ୍ଧି କୁ ନେଇ ସ୍ଥାନୀୟ ଡାକ ବଙ୍ଗଳା ଛକରୁ ଏକ ପଦ...

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

Recent Comments

%d bloggers like this: