ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋର ସବୁଜ ପ୍ରତିଶ୍ରୁତି କାର୍ଯ୍ୟକ୍ରମ ଅନୁଷ୍ଠିତ

0
151
ଷଡ଼ଙ୍ଗୀ ନୋଡାଲ ଉଚ୍ଚ

ରିପୋର୍ଟ : ରଞ୍ଜିତ ବେହେରା
ଢେଙ୍କାନାଳ, (୦୫/୦୧) : ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଷଡ଼ଙ୍ଗୀ ରେ ବିଦ୍ୟାଳୟ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକ୍ରୁତିବନ୍ଧୁ ହରିହର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜି ଜାନୁଆରୀ ମାସ ଚାରି ତାରିଖରେ ପ୍ଲାଷ୍ଟିକ ବନ୍ଦ ପାଇଁ ମୋର ସବୁଜ ପ୍ରତିଶ୍ରୁତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । WhatsApp Image 2022 01 05 at 10.53.07 AM ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋର ସବୁଜ ପ୍ରତିଶ୍ରୁତି କାର୍ଯ୍ୟକ୍ରମ ଅନୁଷ୍ଠିତ

ଏହି କାର୍ଯ୍ୟକ୍ରମ ରେ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହିତ ଶତାଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ଛାତ୍ର ଛାତ୍ରୀ ମାନଙ୍କ ସହିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଦବୋଧନ ଦେଇ ପ୍ଲାଷ୍ଟିକ ଆଦୌ ବ୍ୟବହାର ନ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଶ୍ରୀ ସାହୁ ବିଦ୍ୟାଳୟ ର ଷଷ୍ଠ, ସପ୍ତମ, ଅଷ୍ଟମ ଶ୍ରେଣୀ ରେ ଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଶପଥ ପାଠ କରାଇଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସକ୍ରିୟ ସହଯୋଗ କରିଥିଲେ ।