ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ଦେଶରେ ୧,୫୯,୬୩୨ ଆକ୍ରାନ୍ତ

0
160
ବଢ଼ି ଚାଲିଛି

ରିପୋର୍ଟ : ସୁଭାସିସ ନାୟକ
ନୂଆଦିଲ୍ଲୀ, (୦୯/୦୧) : ବେଶ୍‌ କିଛି ଦିନ ଧରି ଦେଶରେ କରୋନା ଭାଇରସ୍‌ ଜନିତ ମହାମାରୀ ବିସ୍ତାର ହାର କମ୍ ରହିବା ପରେ ପୁନଶ୍ଚ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୯,୬୩୨ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ବଢ଼ି ଚାଲିଛି ଓ ୩୨୭ ମୃତ୍ୟୁ ରେକର୍ଡ କରାଯାଇଛି । ଗତକାଲି ଠାରୁ ଆଜି ର ସଂକ୍ରମଣ ହାର ୨୧.୩% ଅଧିକ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତ ଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୫,୨୮,୦୦୪ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୩୨୭ ମୃତ୍ୟୁ କୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁ ସଂଖ୍ୟା ୪,୮୩,୭୯୦ ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣ ରୁ ସୁସ୍ଥ ହୋଇଥିବା ୪୦,୮୬୩ ଜଣ ଆକ୍ରାନ୍ତ ଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୪,୫୩,୬୦୩ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୯୦,୬୧୧ । ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୩,୬୨୩ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୧,୫୭,୬୦,୬୪୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୯,୦୦,୩୪,୫୨୫ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୧୫,୬୩,୫୬୬ଟି ନମୁନା । ଦେଶରେ ଦୈନିକ ପଜିଟିଭିଟି ହାର ୧୦.୨୧% ରହୁଛି ।