Friday, March 29, 2024

Top 5 This Week

Related Posts

୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ୟାକେଜ

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର, (୦୯/୦୧) : ମିଶନ ଶକ୍ତି ଆନେ୍ଦାଳନ ଆଜି ଓଡିଶା ର ୭୦ ଲକ୍ଷ ମା ମାନଙ୍କ ଜୀବନରେ ଏକ ବଡ ଧରଣ ର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ୫୦ ହଜାର ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କା ର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି । ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି ।d9b2d6e1 296a 4604 85d0 cc047a8a2374 ୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ୟାକେଜ

ରାଜ୍ୟ କ୍ୟାବିନେଟ ର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ଆହର କେନ୍ଦ୍ର ପରିଚାଳନା, ମାଛ ଚାଷ ଆଦି ବିଭିନ୍ନ ସରକାରୀ କାମ ମଧ୍ୟ ମିଶନ ଶକ୍ତି ମା ମାନଙ୍କୁ ଯୋଗାଇ ଦିଆଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମ କୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ୱୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ୱତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ୫୦ ହଜାର ସ୍ୱୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି ।

ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି – ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥôକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତା ର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।

ଏହି ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମିଶନ ଶକ୍ତି ଆନେ୍ଦାଳନ କୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।
୧. ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।

୨. ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ ।

୩. ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ ।

୪. ସବୁ ଉଜଚ- ଉଗ ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।

୫. ସବୁ ସିଆରପି-ସିଏମ ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ ।

୬. ଟେଲିଫୋନ ଭତ୍ତା ବାବଦରେ ସିଆରପି-ସିଏମମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles