ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର, (୦୯/୦୧) : ମିଶନ ଶକ୍ତି ଆନେ୍ଦାଳନ ଆଜି ଓଡିଶା ର ୭୦ ଲକ୍ଷ ମା ମାନଙ୍କ ଜୀବନରେ ଏକ ବଡ ଧରଣ ର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ୫୦ ହଜାର ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କା ର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି । ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି ।
ରାଜ୍ୟ କ୍ୟାବିନେଟ ର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ଆହର କେନ୍ଦ୍ର ପରିଚାଳନା, ମାଛ ଚାଷ ଆଦି ବିଭିନ୍ନ ସରକାରୀ କାମ ମଧ୍ୟ ମିଶନ ଶକ୍ତି ମା ମାନଙ୍କୁ ଯୋଗାଇ ଦିଆଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମ କୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ୱୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ୱତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ୫୦ ହଜାର ସ୍ୱୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି ।
ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି – ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥôକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତା ର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।
ଏହି ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମିଶନ ଶକ୍ତି ଆନେ୍ଦାଳନ କୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।
୧. ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।
୨. ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ ।
୩. ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ ।
୪. ସବୁ ଉଜଚ- ଉଗ ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।
୫. ସବୁ ସିଆରପି-ସିଏମ ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ ।
୬. ଟେଲିଫୋନ ଭତ୍ତା ବାବଦରେ ସିଆରପି-ସିଏମମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।