ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ୫ ମୃତ ଓ ୫ ଗୁରୁତର

0
157
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୋନପୁର, (୨୨/୦୧) : ସୁବର୍ଣ୍ଣପୁର ଜିଲ୍ଲାର ମହାନଦୀ ସେତୁ ଉପରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୫ ବୋଲେରୋ ଯାତ୍ରୀଙ୍କ ମୃତ୍ୟୁ ହୋଇଛି ।WhatsApp Image 2022 01 22 at 11.33.13 AM ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ୫ ମୃତ ଓ ୫ ଗୁରୁତର

ଗାଡ଼ିରେ ଥିବା ଅନ୍ୟ ୫ ଗୁରୁତରଙ୍କୁ ଗ୍ୟାସ୍‌ କଟରରେ କାଟି ବାହର କରାଯାଇଛି । ଏକ ବରଯାତ୍ରୀ ଦଳ ବୋଲେରୋରେ ଫେରୁଥିବା ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ର ଶିକାର ହୋଇଥିବା ଜଣାଯାଇଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ବୋଲେରୋ ରେ ବସିଥିବା ୫ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ଗାଡିରେ ଥିବା ଅନ୍ୟ ୫ ଦୁର୍ଘଟଣାଗ୍ରସ୍ତଙ୍କୁ ଗ୍ୟାସ୍ କଟର ସାହାଯ୍ୟରେ କାଟି ଉଦ୍ଧାର କରାଯାଇଥିଲା । କିନ୍ତୁ ଅବସ୍ଥା ସଂକଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲ ସ୍ତାନାନ୍ତର କରାଯାଇଛି ।

ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୩ ଜଣ ଥିବା ବେଳେ ଅନ୍ୟ ଏକ ପରିବାରର କକା- ପୁତୁରା ଥିବା ଜଣାଯାଇଛି । ଏହି ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୋନପୁର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।