Advertisements
Monday, July 13, 2020
Home Children Issue ଗୁଡ଼ିଆପଲି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ, ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ଗୁଡ଼ିଆପଲି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ, ବିଦାୟ ସମ୍ବର୍ଦ୍ଧନା ଉତ୍ସବ

କୋଦଳା(ଜଗନ କୁମାର ସେଠି): କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ଗୁଡ଼ିଆପଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବିତରଣ କାର୍ଯ୍ୟକ୍ରମ ସହ ଅବସରପ୍ରାପ୍ତ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପାଳନ ହୋଇଯାଇଛି |

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ପୋଷାକ ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ଏବିଇଓ କୈଳାଶ ଚନ୍ଦ୍ର ବେହେରା, ମୁଖ୍ୟବକ୍ତା ଭାବେ ବୁଢାମ୍ବ କ୍ଲଷ୍ଟର ସାଧନ ସଂଯୋଜକ ନୀଳାମ୍ବର ଦାସ ଏବଂ ସ୍କୁଲ କମିଟି ସଭାପତି ଶରତ ଚନ୍ଦ୍ର ବେହେରା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିବାବେଳେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯିବା ସହ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ପଟ୍ଟନାୟକଙ୍କୁ ବିଦାୟ ସମ୍ବର୍ଦ୍ଧନା କରାଯାଇଥିଲା l ମାନପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା l ଏହି ଉତ୍ସବରେ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀ ପୂର୍ଣ୍ଣ ଚନ୍ଦ୍ର ବେହେରା, ମମତା ମୁନି, ମିନି ବେହେରା, ଆରତୀ ରେଡି ଓ ପରିମିତା ରଥ ସହଯୋଗ କରିଥିଲେ l ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ପଟ୍ଟନାୟକ ଛାତ୍ରଛାତ୍ରୀ ମାନଙ୍କୁ ଭଲ ପଢିବାକୁ ପରାମର୍ଶ ଦେଇଥିଲେ l ଉତ୍ସବରେ ସମାଜସେଵୀ ପୂର୍ଣ୍ଣ ଚନ୍ଦ୍ର ସାହୁ, ଘନଶ୍ୟାମ ପାତ୍ର ଓ ବିଭିନ୍ନ କମିଟି ସଭ୍ୟ/ସଭ୍ୟା ଯୋଗ ଦେଇ ପିଲାମାନଙ୍କୁ ପୋଷାକ ବଣ୍ଟନ କରିଥିଲେ l

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଜେପି ବିଧାୟକ ଦେବେନ୍ଦ୍ର ନାଥ ରୟ ବଙ୍ଗଳାର ଉତ୍ତର ଦିନାଜପୁରରେ ଝୁଲୁଥିବା ଦେଖିବାକୁ ମିଳିଛି : ଦଳ କହିଛି ଟିଏମସି ଦ୍ୱାରା ହତ୍ୟା

କଲିକତା (୧୩/୦୭-ଓଡିଶାନ୍ୟୁଜ୨୪ ବ୍ୟୁରୋ ): ସୋମବାର ସକାଳେ ଉତ୍ତର ଦିନାଜପୁର ଜିଲ୍ଲାର ହେମତାବାଦ ଅଞ୍ଚଳରେ ଥିବା ତାଙ୍କ ଘର ନିକଟରେ ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ନାଥ ରୟଙ୍କ...

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲେ ମନ୍ତ୍ରୀ

ରିପୋର୍ଟ: ଓଡିଶାନ୍ୟୁଜ୨୪ବ୍ୟୁରୋ //ଭୁବନେଶ୍ୱର (୧୩।୦୭): ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ହୋଇଛି । ଟାବୁଲେସନ ଆରମ୍ଭ ହୋଇଯାଇଛି । ଖୁବ୍‌ଶୀଘ୍ର ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ...

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ, ମିଳିଲାନି ଆମ୍ବୁଲାନ୍ସ ବାଇକ ଯୋଗେ ବୁହାହେଲା ଶିଶୁର ଶବ

ରିପୋର୍ଟ: ଜଗଦୀଶ ଦାସ //ରାଇକିଆ(୧୩/୦୭): ସରକାର ସ୍ୱାସ୍ଥ୍ୟର ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି ର୍ତ୍ତମାନ ପରିସ୍ଥିତି କିନ୍ତୁ ଆଦିବାସୀ ଅଧ୍ୟୁଷିତ କନ୍ଧମାଳରେ ସ୍ୱାସ୍ଥ୍ୟ ସେବା ଏକରକମ ଭୁଶୁଡିଯାଇଛି...

Recent Comments

%d bloggers like this: