Advertisements
Monday, July 13, 2020
Home Cultural & Festival "ଆହାର ଏଣିକି ରାତିରେ ମିଳିବ"କାର୍ଯ୍ୟକ୍ରମର ଶୁଭାରମ୍ଭ

“ଆହାର ଏଣିକି ରାତିରେ ମିଳିବ”କାର୍ଯ୍ୟକ୍ରମର ଶୁଭାରମ୍ଭ

ପଦ୍ମପୁର, ବରଗଡ଼(ତ୍ରିବିକ୍ରମ ପଧାନ): ଅଦ୍ୟ ତା ୩୧.୧୨. ୨୦୧୮ ତାରିଖ ଦିନ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ପ୍ରାଙ୍ଗଣ ରେ “ଆହାର ଏଣିକି ରାତିରେ ମିଳିବ” ର ଶୁଭାରମ୍ଭ ହୋଇ ଯାଇଛି ।

ଓଡିଶା ସରକାରଙ୍କ ଆହାର ଯୋଜନାରେ ଏକ ନୂତନ ଚିନ୍ତାଧାରା ଏଣିକି ରାତିରେ ମଧ୍ୟ ଆହାର ମିଳି ପାରିବ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ଏଲିଜା ମିଶ୍ର, ମୁଖ୍ୟ ବକ୍ତା ଭାବରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସେବାଶ୍ରୀ ଭୋଇ, ଏବଂ ସମ୍ମାନିତ ଅତିଥି ଭାବେ ପଦ୍ମପୁର ଉପଖଣ୍ଡ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ.ରାଜୁ ନାଏକ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ପଦ୍ମପୁର ନିର୍ବାହୀ ଅଧିକାରୀ ଶ୍ରୀ ଯୁକ୍ତ ଅଶୋକ କୁମାର ପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ପଦ୍ମପୁର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଯୁକ୍ତ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ । ପରିଶେଷରେ ଧର୍ମପ୍ରିୟ ସେଠି ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବହୁ ମାତ୍ରାରେ ଜନସାଧାରଣ ଯୋଗଦାନ କରି ଏହାକୁ ସାଫଲ୍ଯ ମଣ୍ଡିତ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସମ୍ଭାବ୍ୟ COVID-19 ଟିକା – ଥାଇଲ୍ୟାଣ୍ଡ ର ନଭେମ୍ବରରେ ମାନବ ପରୀକ୍ଷା କରିବାକୁ ଯୋଜନା

ବ୍ୟାଙ୍କକକ୍ (୧୨/୦୭): ନଭେମ୍ବରରେ ନୂତନ କରୋନାଭାଇରସ୍ ପାଇଁ ଏକ ସମ୍ଭାବ୍ୟ ଟିକା ପାଇଁ ମାନବ ପରୀକ୍ଷା ଆରମ୍ଭ କରିବାକୁ ଥାଇ ଅନୁସନ୍ଧାନକାରୀମାନେ ଯୋଜନା କରିଛନ୍ତି ଏବଂ ୧୦,୦୦୦ ଡୋଜ...

ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୧୨୵ ୭): ବରଗଡ଼ ଜିଲା ସୋହେଲା-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ବଡଜୋରରୁ ବିଜେପୁର ପଟକୁ ଯାଇଥିବା ରାସ୍ତାକାମ ମରଣଯନ୍ତା ପାଲଟିଛି ।...

ସଟଡାଉନ ଦ୍ୱିତୀୟ ସପ୍ତାହର ପ୍ରଥମ ଦିନରେ ମଧ୍ୟ ସାପ୍ତାହିକ ବଜାର ଗାଁ ଗହଳି ସୁନସାନ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧୧:୭:୨୦): କୋରାପୁଟ ଜିଲା ସହ ରାଜ୍ୟ ଓ ଭାରତ ଓ ଦେଶ ବିଦେଶ ଠାରେ ଦିନକୁ ଦିନ ମହାମାରୀ କରୋନା ଭୟଙ୍କର...

କଳାହାଣ୍ଡି ଜିଲ୍ଲାରେ ୪ ପଜିଟିଭ ଚିହ୍ନଟ, ଭବାନୀପାଟଣାସ୍ଥିତ ପ୍ରାଇଭେଟ ହସପିଟାଲ ସିଲ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (ତା.୧୧.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ତା.୧୧.୦୭.୨୦୨୦ ଶନିବାର ଦିନ ଚାରିଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।...

Recent Comments

%d bloggers like this: