Advertisements
Thursday, July 9, 2020
Home Accidental Death ପୋଲ ବାଡ଼ରେ ପିଟି ହୋଇ ତଳକୁ ଖସିଲା କାର- ଡ୍ରାଇଭର ମୃତ

ପୋଲ ବାଡ଼ରେ ପିଟି ହୋଇ ତଳକୁ ଖସିଲା କାର- ଡ୍ରାଇଭର ମୃତ

ବିନିକା (ଧ୍ରୁବରାଜ ମିଶ୍ର): ବିନିକା ରାମପୁର ରାସ୍ତାର ସିଂହିଯୁବା-କମିରା ମଝିରେ ଥିବା ପୋଲ ବାଡ଼ରେ ପିଟି ହୋଇ ଏକ କାରର ଡ୍ରାଇଭର ର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି |

ଘଟଣା ରୁ ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ରାମପୁର ପଟରୁ ବିନିକା ପଟକୁ ଆସୁଥିବା ଏକ ଚାରି ଚକିଆ ଗାଡି (ଓଡି ୧୫ଏଜ ୫୫୬୨) ଭାରସାମ୍ୟ ହରାଇ ପୋଲ ବାଡ଼ରେ ପିଟି ହୋଇ ପୋଲ ତଳକୁ ଖସି ପଡିଥିଲା | ଯାହା ଫଳରେ ଘଟଣା ସ୍ଥଳରେ ଡ୍ରାଇଭର କଲ୍ୟାଣ ଭୂୟାଁ (୩୮)ଙ୍କ ମୃତ୍ୟୁ ହୋଇଥିଲା | ମୃତ ଡ୍ରାଇଭର ବିନିକା ନୂଆବଜାର ରେ ରହୁଥିବାର ଜଣାପଡିବା ପରେ ସେଠାରେ ଶୋକ ପାଳନ କରି ଦୋକାନ ବଜାର ବନ୍ଦ କରାଯାଇଥିଲା | ଆଜି ସକାଳେ ତାଙ୍କ ଶବ ବ୍ୟବଚ୍ଛେଦ କରାଯିବ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇ ଶେଷ କୃତ୍ୟ ସମ୍ପନ୍ନ କରାଯାଇଛି | ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣା ର ତଦନ୍ତ କରୁଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ନାଗାବଳୀ ନଦୀରେ ଯୁବତୀର ମୃତ ଦେହ ଉଦ୍ଧାର କଲା ପୁଲିସ

ରିପୋର୍ଟ: ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୯/୭): ରାୟଗଡ଼ା ଜିଲ୍ଲା କଲନରା ବ୍ଳକ ଅନ୍ତର୍ଗତ ବୁଡ଼ାଗୁଡା ସଦର ଗାଁ ସାଙ୍ଗାନା ପ୍ରାସ୍କା ଙ୍କ ଝିଅ ସଂଯୁକ୍ତା ପ୍ରାସ୍କା...

ଜାମ୍ମୁ କାଶ୍ମୀର ବିଜେପି ନେତା ଶେଖ ୱାସିମ ବରୀ, ତାଙ୍କ ପିତା ଏବଂ ଭାଇଙ୍କୁ ଆତଙ୍କବାଦୀ ହତ୍ୟା କରିଥିବା ସୂଚନା

ଶ୍ରୀନଗର (ଓଡିଶା ନ୍ୟୁଜ୨୪ ବ୍ୟୁରୋ): ବୁଧବାର ରାତିରେ ଜାମ୍ମୁ-କାଶ୍ମୀର ବିଜେପି ନେତା ଶେଖ ୱାସିମ ବରୀ ଏବଂ ତାଙ୍କ ପରିବାରର ଦୁଇଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ପରିବାରର...

କାନପୁର ଗୁଳି କାଣ୍ଡ ର ମାଷ୍ଟର ମାଇଣ୍ଡ ବିକାଶ ଦୁବେ ଗିରଫ

ନୂଆଦିଲ୍ଲୀ (୦୯/୦୭): ଗତ ସପ୍ତାହରେ ଆଠ ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା କାନପୁର ଗୁଳିରେ ଉତ୍ତରପ୍ରଦେଶ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କୁ ମଧ୍ୟପ୍ରଦେଶରେ ଗିରଫ କରାଯାଇଛି।

ଆଜି କରୋନାରେ ମୃତ୍ୟୁ ସଂଖ୍ୟା ୪ ସହ ୫୨କୁ ବୃଦ୍ଧି

ଭୁବନେଶ୍ୱର (୦୯/୦୭): ରାଜ୍ୟରେ କୋରୋନା ନେଲା ଆଉ ୪ ଜୀବନ, ଭଦ୍ରକରେ କୋରୋନାରେ ପ୍ରଥମ ମୃତ୍ୟୁ, ଗଞ୍ଜାମରେ କୋରୋନାରେ ୩ ଜଣଙ୍କ ମୃତ୍ୟୁ, ଗଞ୍ଜାମରେ କୋରୋନା ମୃତ୍ୟୁ ସଂଖ୍ୟା...

Recent Comments

%d bloggers like this: