ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୮୯ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

0
463
ଉତ୍କଳ ଗୌରବ ମଧୁସୂଦନ

ରିପୋର୍ଟ : ଗୋପୀନାଥ ଗୌଡ଼ //
ରାୟଗଡ଼ା, (୪/୦୨) : କୁଳବୃଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଆଜି ଥିଲା ୮୯ ତମ ଶ୍ରାଦ୍ଧବାର୍ଷିକୀ l5e4d6df0 f4a3 474d a7a6 7a49698238b1 ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୮୯ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଏହି ଅବସରରେ ରାୟଗଡ଼ା ଜିଲ୍ଲା ର ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷାନୁଷ୍ଠାନ, ରାୟଗଡ ସ୍ଥିତ ମଧୁସୂଦନ ଦାସ ଙ୍କ ପ୍ରତିମୂର୍ତ୍ତି ରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ଚନ୍ଦ୍ର ପଟେଲ, ପୂର୍ବତନ ଛାତ୍ର ଶ୍ରୀ ସବ୍ୟସାଚୀ ସାହୁ, ଶ୍ରୀ ଦେବାଶିଷ ମହାନ୍ତି, ଜି. ପ୍ରଭାକର ଦୋରା ଏବଂ ଅନୁଷ୍ଠାନରେ ଉପସ୍ଥିତ ଅଧ୍ୟାପକ, ଅଧ୍ୟାପିକା ଏବଂ ସମସ୍ତ କର୍ମଚାରୀ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l

ଏହି ପ୍ରସଙ୍ଗ ରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟେଲ, ପୂର୍ବତନ ଛାତ୍ର ଶ୍ରୀ ସାହୁ ଏବଂ କତିପୟ ଅଧ୍ୟାପକ ସ୍ବର୍ଗତ ମଧୁସୂଦନ ଦାସ ଙ୍କ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମିତ୍ତ ମହାନ ତ୍ୟାଗ ଓ଼ ବଳିଦାନ ର ବଳିଷ୍ଠ କାହାଣୀ ସମ୍ବଦ୍ଧ ରେ ସ୍ମୃତି ଚାରଣ କରିଥିଲେ l