ଅପରାହ୍ନରେ ବର୍ଷା : ସପ୍ତାହେ ଯାଏଁ ଖରାଟିଆ ପାଗ

0
148
ଅପରାହ୍ନରେ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୧୦/୦୨) : ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ ଅପରାହ୍ନରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି ।

ଗୁରୁବାର ସନ୍ଧ୍ୟା ଓ ରାତିରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ର ବର୍ଷା ହେବାର ସମ୍ଭାବନା ରହିଛି । ଅପରାହ୍ନରେ ରାଜ୍ୟ ର ଅବଶିଷ୍ଟ ଅଞ୍ଚଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ଏହି ପୂର୍ବାନୁମାନ କରିଛନ୍ତି ।

ପଶ୍ଚିମା ବାୟୁ ପ୍ରବାହ ଯୋଗୁ ଏହି ବର୍ଷା ହେବ । ତେବେ ପହରଦିନ ଉତ୍ତର ଓଡ଼ିଶା ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପୂର୍ବ ଭଳି ବର୍ଷା ନ ହୋଇ ସ୍ୱଳ୍ପ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

ସେହିପରି କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗ ଶୁଖିଲା ଓ ଖରାଟିଆ ରହିବ । ୧୦ ଓ ୧୧ ତାରିଖରେ ଆଂଶିକ ମେଘୁଆ ହୋଇପାରେ ।