Related Contents

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ

ଲୋଇସିଂହା(ବିମଳେନ୍ଦୁ ସାହୁ): ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ସ୍ଵାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି ।

ସମାରୋହରେ ସମାଜସେବୀ ସୁରେଶ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଭୟ ବୀର ପୁରୁଷଙ୍କ ଦେଶଭକ୍ତି ଓ ସ୍ୱାଧୀନତା ସଂଗ୍ରାମରେ ବଳିଦାନ ତଥା ବୀରତା ଉପରେ ଆଲୋକପାତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ସ୍ୱାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଛାତ୍ରୀ ସୁହାନି ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପରିବେଷିତ ସୂର୍ଯ୍ୟ ନମସ୍କାର ତଥା ବକ୍ତୃତା ଉପସ୍ଥାପନା ବେଶ ଆକର୍ଷଣୀୟ ହୋଇଥିଲା । ଗୁରୁଜୀ ଗୋପବନ୍ଧୁ ବଗର୍ତ୍ତି ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Comments are closed.