Friday, March 29, 2024

Top 5 This Week

Related Posts

ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ
ଭୁବନେଶ୍ୱର, (୨୧/୦୨) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ । ରାଜ୍ୟ ର ୬୪ ଟି ବ୍ଲକରେ ୧୬୩ ଜିଲ୍ଲା ପରିଷଦ ଜୋନ୍ ଓ ଏହା ଅଧିନରେ ଥିବା ୧,୨୫୪ ଟି ପଞ୍ଚାୟତରେ ମତଦାନ ହେବ ।

ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ ରେ ମୋଟ୍ ୫୧ ଲକ୍ଷ ୩୧ ହଜାର ୭୨୭ ଜଣ ଭୋଟର ୧୭ ହଜାର ୮୯ଟି ବୁଥରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଏଥିଲାଗି ଗତକାଲି ଠାରୁ ବୁଥ୍ ଅଭିମୁଖେ ପୋଲିଂ ପାର୍ଟି ଯାତ୍ରା କରିଛନ୍ତି । ସକାଳ ୭ ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ଗତ ତିନୋଟି ପର୍ଯ୍ୟାୟ ମତଦାନ ବେଳେ ସାରା ରାଜ୍ୟରେ ହିଂସାକାଣ୍ଡ, ବୁଥ୍ ଜବରଦଖଲ, ରିଗିଂ ଭଳି ଘଟଣା ଘଟିଥିବାରୁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ଅଧିକରୁ ଅଧିକ ସୁରକ୍ଷା ବଳ ମୁତୟନ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି ।

ବୁଥ୍ ଗୁଡ଼ିକରେ ଶାନ୍ତି ଶୃଙ୍ଖଳା ର ସହ ମତଦାନ କରାଇବା ଲାଗି ଆବଶ୍ୟକ ପଦେକ୍ଷେପ ନିଆଯାଇଛି । ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ବୁଥ୍ ଉପରେ ବିଶେଷ ଧ୍ୟାନ ଦିଆଯାଇଛି ।

Popular Articles