Thursday, March 28, 2024

Top 5 This Week

Related Posts

ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ “ଶିଶୁମାନଙ୍କ ପାଇଁ ଦିନଟିଏ “ କାର୍ଯ୍ୟକ୍ରମ ଅନୁଷ୍ଠିତ

ରିପୋର୍ଟ : ଗୋପୀନାଥ ଗୌଡ଼ //
ରାୟଗଡା, ତା (୩୦/୦୩) : ଜିଲ୍ଲାରେ ଶିଶୁ ମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚାଲିଥିବା ସ୍ଵତନ୍ତ୍ର ଅଭିଯାନ ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ ତ୍ରୟ ମାସିକ ସମୀକ୍ଷା ବୈଠକ “ଶିଶୁଙ୍କ ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି ।

ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁଥିବା କମିଟି ସମୂହ ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟି ର ସଦସ୍ୟ ସଦସ୍ୟା ମାନେ ଯୋଗ ଦେଇଥିଲେ । ଏହି ମିଳିତ ବୈଠକରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର ଅଧ୍ୟକ୍ଷତା କରିଥିଲେ ।

ଜିଲ୍ଲାପାଳ ଶ୍ରୀ ମିଶ୍ର ନିଜ ଅଭିଭାଷଣ ରେ କହିଥିଲେଯେ ଜିଲ୍ଲାରେ ପ୍ରତ୍ୟେକ ଶିଶୁ ମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରଶାସନ ର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ଓ ସମନ୍ଵୟ ରଖି ଜିଲ୍ଲାରେ ସମସ୍ତ ଶିଶୁ ମାନଙ୍କୁ ସୁରକ୍ଷା ଦେବା ସହିତ ରାୟଗଡା ଜିଲ୍ଲାକୁ ଶିଶୁ ମିତ୍ର ଜିଲ୍ଲା ହିସାବରେ ଗଢି ତୋଳିବାର ଆବଶ୍ୟକତା ରହିଛି ।d5ade418 0a1c 410e a401 06371a804153 ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ “ଶିଶୁମାନଙ୍କ ପାଇଁ ଦିନଟିଏ “ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ଆମେ ଯେଉଁ କାର୍ଯ୍ୟ କରୁଛେ ତାହା ଆଗାମୀ ଦିନରେ ଜିଲ୍ଲା ପାଇଁ ସୁଫଳ ଆଣିଦେବ । ଗୋଟିଏ ବିଭାଗର କାମ ଅନ୍ୟ ବିଭାଗ ପ୍ରତି ପରୋକ୍ଷରେ ସହାୟକ ହେଉଛି ତେଣୁ ମିଳିତ ଭାବେ ଯୋଜନା କରି କାର୍ଯ୍ୟ ସମ୍ପାଦନ କରିବାର ଆବଶ୍ୟକତା ରହିଛି । କିଶୋର କିଶୋରୀ ମାନଙ୍କୁ ଶିକ୍ଷା ଓ ସଚେତନତା କରାଇବା ସହିତ ଶିଶୁ ମିତ୍ର ଜିଲ୍ଲା ଗଠନ ନିମନ୍ତ ପରାମର୍ଶ ଦେଇଥିଲେ ।

ଏହି କମିଟିର ସଦସ୍ୟ ମାନେ ଗଣ ସଚେତନତା ପାଇଁ ଆଗାମୀ ଦିନରେ ୧୦୦ ଦିନିଆ ପଦଯାତ୍ରା ର କାର୍ଯ୍ୟକ୍ରମ ଆୟୋଜନ କରିବା ସହିତ ପ୍ରତ୍ଯେକ ବିଭାଗୀୟ ଅଧିକାରୀ ଗୋଟିଏ ଗୋଟିଏ ଗ୍ରାମକୁ ପୋଷ୍ୟ ଗ୍ରାମ ହିସାବରେ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ବିଶେଷ କରି ଗ୍ରାମ ପଂଚାୟତ ସ୍ତରରେ ଏହାର ସଫଳ ରୂପାୟନ ନିମନ୍ତେ ସରପଞ୍ଚ, ୱାର୍ଡ ମେମ୍ବର ଓ ଅନ୍ୟ ପଞ୍ଚାୟତ ପ୍ରତିନିଧି ମାନଙ୍କର ପ୍ରମୁଖ ଭୂମିକା ରହିଥିବାରୁ ସେମାନଙ୍କୁ ଦାୟିତ୍ଵ ନେବାପାଇଁ ମତବ୍ୟକ୍ତ କରିଛନ୍ତି ।

ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ ବୈଠକ ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଚଳିତ ମାସରେ ଜିଲ୍ଲାରେ ବ୍ଲକ ଓ ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ କମିଟି ର ବୈଠକ ଅନୁଷ୍ଟିତ ହୋଇଛି ।

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା ବୈଠକ ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ଚଳିତ ବର୍ଷ ଜିଲ୍ଲାରେ ମୋଟ ୮୯ ଗୋଟି ବାଲ୍ୟବିବାହକୁ ବନ୍ଦ କରାଯିବା ସହିତ, ଆଜି ପର୍ଯ୍ୟନ୍ତ ୫୫୯ ଟି ରାଜସ୍ୱ ଗ୍ରାମକୁ ପ୍ରଶାସନ ତରଫରୁ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରାଯିବା ସହିତ ଆଗାମୀ ଦିନରେ ପ୍ରାୟ ୫୦୦ ରୁ ଉର୍ଦ୍ଧ ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ଏକ ଜିଲ୍ଲା ସ୍ତରୀୟ କାର୍ଯ୍ୟ ଖସଡା ପ୍ରସ୍ତୁତି କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ ।1e55d0a5 31f7 4cf1 8205 4627f4dc9a5a ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ “ଶିଶୁମାନଙ୍କ ପାଇଁ ଦିନଟିଏ “ କାର୍ଯ୍ୟକ୍ରମ ଅନୁଷ୍ଠିତ

ପରେ ପରେ ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ରତ୍ନେଶ୍ଵର ସାହୁ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହ ର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧର୍ମାନନ୍ଦ ବେହେରା, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ରବି ନାରାୟଣ ତ୍ରିପାଠୀ, ଅତିରିକ୍ତ ଅରକ୍ଷୀ ଅଧିକ୍ଷକ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣଚନ୍ଦ୍ର ବରିହା, ଜିଲ୍ଲା ଶ୍ରମ ଅଧିକାରୀ ଜସ୍ମିନ ସାହୁ, ଜିଲ୍ଲା ଶିଶୁମଙ୍ଗଳ ସମିତି ର ଅଧକ୍ଷ ରାଜ କିଶୋର ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ, ଅତିରିକ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ବାଲ୍ୟବିବାହ ନିଷେଧ ଅଧିକାରୀ ମିନାକ୍ଷୀ ଦାସ, ପ୍ରମିଳା ବେହେରା, ଲଲିତା ପୂଜାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି ର ସମସ୍ତ କର୍ମକତା ପ୍ରମୁଖ ଉପସ୍ତିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ, ଶିଶୁ ଶ୍ରମିକ ନିରାକରଣ ଏବଂ ବାଲ୍ୟ ବିବାହର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ । ଶେଷରେ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ କାମାକ୍ଷୀ ମଞ୍ଜରୀ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles