Friday, March 29, 2024

Top 5 This Week

Related Posts

ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳନ

ରିପୋର୍ଟ : ସୁଶାନ୍ତ ବେହେରା
ହରଭଙ୍ଗା, (୩୧/୩) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ତିଳେଶ୍ୱର ଲାଲବାହାଦୂର ବିଦ୍ୟାପୀଠ ରେ ଗୁରୁବାର ଦିନ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 04 01 at 8.15.50 AM ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳନ

ଏହି ବାର୍ଷିକ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ହରଭଙ୍ଗା ବ୍ଲକ ଉପାଧକ୍ଷ ସରୋଜ ପ୍ରଧାନ, ସମ୍ମାନିତ ଅତିଥି ତିଳେଶ୍ୱର ପଞ୍ଚାୟତ ର ସରପଞ୍ଚ ଝୁନୁ ବେହେରା ଓ ମୋ ସ୍କୁଲ ସଭାପତି ସିମୁନ ନାଏକ, ମୁଖ୍ୟ ବକ୍ତା ଭାବେ ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବରାଜ ପ୍ରଧାନ ଯୋଗ ଦେଇଥିଲେ । ପ୍ରଥମେ ଅତିଥି ଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଵଳ ନ କରି ଉତ୍ସବ ର ଶୁଭାରମ୍ଭ କରାଯାଇଥିଲା । ପରେ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଗଜାନନ ପ୍ରଧନ ଅତିଥି ପରିଚୟ ପ୍ରଦାନ କରିଥିଲେ ।

ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ମାଝୀ ବାର୍ଷିକ ବିବରଣୀ ପଠନ କରିବା ସହ ବିଦ୍ୟାଳୟ ରେ ଥିବା କିଛି ସମସ୍ୟା ଉପରେ ଅତିଥି ମାନକୁ ଦୃଷ୍ଟି ଆକର୍ଷଣ କରିଥିଲେ । ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଦ୍ଵାରା ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ପୂର୍ବ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରାଯାଥିଲା ।

ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ ।

Popular Articles