Advertisements
Tuesday, June 2, 2020
Home General Election 2019 ନିର୍ବାଚନର ନୂଆ ନିୟମ ଉପରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟରେ ସର୍ବଦଳୀୟ ବୈଠକ

ନିର୍ବାଚନର ନୂଆ ନିୟମ ଉପରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ଓଡିଶା ନ୍ୟୁଜ୨୪): ଆସାନ୍ତା ମାସ ୧୧ତାରିଖରୁ ହେବ ସାଧାରଣ ନିର୍ବାଚନ । ମେ ମାସ ୧୯ ପର୍ଯ୍ୟନ୍ତ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଏବଂ ମେ ମାସ ୨୩ ତାରିଖରେ ଭୋଟ ଗଣତି ହେବ । ତେବେ ଏହି ନିର୍ବାଚନକୁ ଅପରାଧୀ ମୁକ୍ତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବସିଛି ସର୍ବଦଳୀୟ ବୈଠକ ।

ବୈଠକରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ସାମିଲ ହୋଇଛନ୍ତି । ରାଜନୈତିକ ଦଳକୁ ନୂଆ ନିୟମ ବିଷୟରେ ଅବଗତ କରାଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର । ଏଥିହିତ ନିର୍ବାଚନରେ କଣ କରିବେ ଏବଂ କଣ ନକରିବେ ଏନେଇ ମଧ୍ୟ ବୁଝାଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଅଧିକାରୀ କହିଛନ୍ତି କି, ଚଳିତ ନିର୍ବାଚନ ପାଇଁ ଅନେକ ନୂଆ ନିୟମ ଆସିଛି । ବର୍ଷେ ପରିବର୍ତ୍ତେ ପ୍ରାର୍ଥୀଙ୍କୁ ୫ ବର୍ଷର ଆୟକର ରିଟର୍ଣ୍ଣ ଦେବାକୁ ପଡିବ । ସେହିପରି ପାନ୍ ନମ୍ବର ଦେବାକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ପାନ ନମ୍ବର ନଥିଲେ ପାନ ଆବେଦନ କରିଥିବାର ସତ୍ୟପାଠ ଦେବାକୁ ପଡିବ । ପ୍ରାର୍ଥୀ ନିଜ ଅପରାଧ ରେକର୍ଡ ସର୍ବସାଧାରଣଙ୍କୁ ଜଣାଇବାକୁ ହେବ । କାରଣ ଏଥର ସମସ୍ତ ପ୍ରାର୍ଥୀ ନିଜ ନାଁରେ ଥିବା ଅପରାଧିକ ମାମଲାର ତଥ୍ୟ ଦେବା ବାଧ୍ୟତାମୂଳକ ହୋଇଛି । ଟିଭି ଓ ଖବରକାଗଜରେ ୩ ଥର ଦେବାକୁ ହେବ ବିଜ୍ଞାପନ ଦେବାକୁ ପଡିବ ବୋଲି ସର୍ବଦଳୀୟ ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାୟଗଡା ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୨/୦୬): ରାୟଗଡା ଜିଲ୍ଲାରେ ଲକଡାଉନ ର ସୁଯୋଗ ନେଇ ଚରାମଦ କାରବାର ବୃଦ୍ଧି ପାଉଥିବା ଖବର ଜାଣି ଜିଲ୍ଲାପାଳ,ରାୟଗଡା ଏବଂ...

ଶ୍ରଦ୍ଧା ଶ୍ରୀକ୍ଷେତ୍ର ଶ୍ରୀଜିଉଙ୍କ ସ୍ନାନଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୧/୦୬): କରୋନାର କାରୁଣ୍ୟ ପ୍ରକୋପର କରୁଣ ପରିଣତି ସବୁକିଛି ବନ୍ଦ ପଡିଥିବାବେଳେ, ସେଥିରୁ ବାଦ ପଡିନି ଦେବାଳୟ ମଧ୍ୟ l...

କ୍ବାରେଣ୍ଟାଇନ ଛାଡିଲେ ୨୪ ଶ୍ରମିକ, ଝାରବନ୍ଧ

ରିପୋର୍ଟ: ଦିଲୀପ ଦାସ //ଝାରବନ୍ଧ(୦୨/୦୬): ଝାରବନ୍ଧ ବ୍ଲକ ଝାରବନ୍ଧ କ୍ବାରେଣ୍ଟାଇନ ସେଣ୍ଟରରୁ ୨୪ ଜଣ ଶ୍ରମିକ ନିଜ ଘରକୁ ଯାଇଛନ୍ତି । ନିଜର ଆର୍ଥିକସ୍ଥିତି ସୁଦୃଢ କରିବା ପାଇଁ...

Recent Comments

%d bloggers like this: