ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ : ମଞ୍ଜୁଲତା କହଁର ହେଲେ ଡେପୁଟି ମେୟର

0
216
ଭୁବନେଶ୍ୱର ମେୟର

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୧୦/୦୪) : ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା ।

ଭୁବନେଶ୍ୱର ମେୟର ଭାବେ ଶପଥ ଗ୍ରହଣ ପରେ ସୁଲୋଚନା କହିଛନ୍ତି, ସହର ର ସାମଗ୍ରିକ ବିକାଶ କରିବା ତାଙ୍କର ଲକ୍ଷ୍ୟ । ଲୋକଙ୍କ ପାଖରେ ସେବା ପହଞ୍ଚାଇବାକୁ ଗୁରୁତ୍ୱ ଦେବେ । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମ ର ୬୭ କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ସମସ୍ତ ଜନପ୍ରତିନିଧି ଶପଥ ଗ୍ରହଣ ଉତ୍ସବ ବିଏମସି କନଫରେନ୍ସ ହଲରେ ଆୟୋଜିତ ହୋଇଛି ।

ଚଳିତ କର୍ପୋରେସନରେ ୬୭ ଜଣ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୩ ଜଣ ମହିଳା ଅଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଲିଙ୍ଗରାଜ ମନ୍ଦିର ଯାଇ ଠାକୁରଙ୍କ ଦର୍ଶନ କରିଥିଲେ ସୁଲୋଚନା । ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟୀ ମେୟର ।

ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଂଜୁଲତା କହଁର । ସେ ସମ୍ବଲପୁର ର ବିଶ୍ୱବିଦ୍ୟାଳୟ ରୁ ପିଜି କରିଛନ୍ତି । ୬୭ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ବିଜେଡି ର ହୋଇଥିବାରୁ ଡେପୁଟୀ ମେୟର ହେବା ସୁନିଶ୍ଚିତ ଥିଲା । ତେଣୁ ଏହି ପଦବୀ ପାଇଁ ବିଜେଡି ରୁ ନିର୍ବାଚିତ ଏକାଧିକ କର୍ପୋରେଟର ଆଶାୟୀ ଥିଲେ ଓ ଲବି ଚଳାଇଥିଲେ । ହେଲେ ଦଳ ମୁଖିଆ ମଞ୍ଜୁଲତା କହଁର ଉପରେ ଭରସା କରିଛନ୍ତି । ବିଜେପି ର ମାତ୍ର ୧୦ ଜଣ କର୍ପୋରେଟର ଥିବାରୁ ଦଳ ଡେପୁଟୀ ମେୟର ପ୍ରାର୍ଥୀ ଦେଇନାହିଁ ।