ଆଜି ୫ ଜିଲ୍ଲାରେ କାଳବୈଶାଖୀ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

0
134
ଆଜି ୫

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୦/୦୪) : ଆଜି ୫ ଜିଲ୍ଲାରେ କାଳବୈଶାଖୀ ବର୍ଷା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କାଳବୈଶାଖୀ ବର୍ଷା ର ସମ୍ଭାବନା ରହିଛି ।

ଆଜି ୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଶୁକ୍ରବାର ଫୁଲବାଣୀ ଠାରେ କୁଆପଥର ବର୍ଷା ହୋଇଯାଇଛି । ୧ ସେଣ୍ଟିମିଟର ଡାଇସେନ୍‌ସନ୍‌ ର ଏହି ବର୍ଷା ୧୫ ମିନିଟ୍‌ ଧରି ହୋଇଥିବା ଜଣାପଡ଼ିଛି । ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କନ୍ଧମାଳ ଓ କୋରାପୁଟ ଆଦି ଜିଲ୍ଲାରେ ହାଲୁକା ବର୍ଷା ହୋଇଯାଇଛି ।