Friday, March 29, 2024

Top 5 This Week

Related Posts

ଆଜି ଓଡିଆ ନବବର୍ଷ : ଗାଁ ଗାଁରେ ପଣା ର ଆସର, ଶ୍ରୀମନ୍ଦିରରୁ ହେବ ନୂତନ ପାଞ୍ଜି ର ପ୍ରକାଶ

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୧୪/୦୪) : ଆଜି ଓଡିଆ ନବବର୍ଷ । ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ । ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ ।

ଆଜି ଓଡିଆ ନବବର୍ଷ । ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ । ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ । ମେଷ ମାସ ର ସଂକ୍ରାନ୍ତି ତଥା ମହାବିଷୁବ ପଣା ସଂକ୍ରାନ୍ତି । ଏହି ଦିନ ଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି । ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣା ସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ ।

ପୁରାଣ ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବେଶ ଗୁରୁତ୍ୱପୂର୍ଣ୍ଣ । ଏହିଦିନ ଜଳବାୟୁରେ ଏକ ପରିବର୍ତ୍ତନ ହୋଇଥାଏ । ସୂର୍ଯ୍ୟ ମଧ୍ୟଭାଗକୁ ଚାଲି ଆସିଥାନ୍ତି । ଏହିଦିନ ସୂର୍ଯ୍ୟ ବିଷୁବରେଖାରେ ଅବସ୍ଥାନ କରିଥାନ୍ତି । ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁଁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ ।

ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ୱତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ । ଆଜିର ଦିନରେ ଓଡ଼ିଆଣୀ ମାନେ ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖିଥାନ୍ତି । ଏହା ତଳେ ଏକ ଛୋଟ ଛିଦ୍ର ଥାଏ । ଉକ୍ତ ଛିଦ୍ର ଦେଇ ପାଣଇ ତୁଳସୀ ଗଛରେ ପଡ଼ିଥାଏ ।

ଏହି ଦିନ ଓଡ଼ିଶାରେ ହନୁମାନ ଜୟନ୍ତୀ ପାଳନ କରାଯାଏ । ଓଡ଼ିଆ ଲୋକେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳିଶା ପାଠ କରି ନିଜର ମନୋସ୍କାମନା ପୂରଣ କରିଥାନ୍ତି ।

Popular Articles