Thursday, March 28, 2024

Top 5 This Week

Related Posts

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ରିପୋର୍ଟ : ଧ୍ରୁବରାଜ ମିଶ୍ର //
ସୋନପୁର, (୧୪/୪) : ଗତକାଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ର ରାଜସ୍ବ ସମୀକ୍ଷା କରିଥିଲେ l ବିଭିନ୍ନ ବର୍ଗ ର ଲୋକ ସଚିବ ଙ୍କୁ ତାଙ୍କର ଅଭିଯୋଗ ଶୁଣାଇଥିଲେ ଓ ସମସ୍ତଙ୍କ ଅଭିଯୋଗକୁ ଗୁରୁତର ସହ ଶୁଣି ତୁରନ୍ତ ଫଇସଲା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l38bd4d62 0e12 4491 a7c2 99ee2ec15c24 ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଏହି ସମୀକ୍ଷା ବୈଠକ ରେ ବିଭାଗର ବହୁ ବରିଷ୍ଠ ଅଧିକାରୀ, ଆଇ. ଜି. ଆର. ଭୂ ଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥା ର ନିର୍ଦ୍ଦେଶକ, ଏନ ଆଇ ସି ର ବରିଷ୍ଠ ଅଧିକାରୀ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲl ବେଳେ ଉତ୍ତରାଞ୍ଚଳ ରାଜସ୍ବ କମିଶନର, ସୁବର୍ଣ୍ଣପୁର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଜମି ଗ୍ରହଣ ଅଧିକାରୀ, ସ୍ୱତନ୍ତ୍ର ଜମି ଗ୍ରହଣ ଅଧିକାରୀ, ତହସିଲଦାର, ରେଳ ବିଭାଗର ଅଧିକାରୀ ଓ ଅନ୍ୟାନ୍ୟ କ୍ଷେତ୍ରାଧିକାରୀ ମାନେ ଯୋଗ ଦେଇଥିଲେ l

ତହସିଲ ଓ ନିବନ୍ଧନ କାର୍ଯ୍ୟାଳୟ କୁ ଆସୁଥିବା ପ୍ରତ୍ୟେକ ଜନସାଧାରଣ ଙ୍କୁ ସମ୍ମାନ ସହିତ ସେମାନଙ୍କର ଅଭିଯୋଗ ଶୁଣାଣୀ ଓ ଅଭିଯୋଗ ଉପରେ ତୁରନ୍ତ ନ୍ୟାୟୋଚିତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ l ତରଭା ଓ ବୀରମହାରାଜପୁର ତହସିଲଦାରଙ୍କୁ ଆସନ୍ତା ସାତ ଦିନ ମଧ୍ୟରେ ସମସ୍ତ ଦାଖଲ ଖାରଜ ମାମଲା ସମ୍ପୂର୍ଣ୍ଣ କରି ଜନସାଧାରଣ ଙ୍କ ଠିକ ସମୟରେ ପଟ୍ଟା ଦେବାକୁ ନିର୍ଦ୍ଦେଶ ଦେଇଥିଲେ l

ସୁବର୍ଣ୍ଣପୁର ଜିଲ୍ଲାରେ 98 ଟି ଲଘୁ ଖଣିଜ ଉତ୍ସରୁ ମାତ୍ର ୩୮ ଟି ଖଣିଜ ଉତ୍ସ କାର୍ଯ୍ୟକ୍ଷମ ହୋଇଛି ଏବଂ ଅବଶିଷ୍ଟ ଲଘୁ ଖଣିଜ ଉତ୍ସକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ସମସ୍ତ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କିମ୍ବା ଲଘୁ ଖଣିଜ ଉତ୍ସରୁ ସମସ୍ତ ଲଘୁ ଖଣିଜ ସମ୍ପଦ ସମାପ୍ତ ହୋଇଥିଲେ ତାକୁ ଆଇନଅନୁଯାୟୀ ବନ୍ଦ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେବା ସହ ତରଭା, ବୀରମହାରାଜପୁର ଓ ସୋନପୁର ତହସିଲଦାର ଙ୍କୁ ସେମାନଙ୍କ ତହସିଲ ର ଅଧିକ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ l

ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ଏବଂ ବେଆଇନ ଲଘୁ ଖଣିଜ ସମ୍ପଦ ଉଠାଣ ଉପରେ କଡା ପଦକ୍ଷେପ ନେବାକୁ ସମସ୍ତ କ୍ଷେତ୍ରାଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲାପାଳ ଅତିରିକ୍ତ ଜିଲ୍ଲାପାଳ ଓ ତହସିଲଦାରମାନଙ୍କୁ ଲଘୁ ଖଣିଜ ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ l821174a7 29f6 42bf ad4d 03f4590c3ce2 ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ତହସିଲଦାର ମାନଙ୍କୁ ପୋଲିସ ସହ ଭଲ ସମନ୍ୱୟ ରକ୍ଷା କରି ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ରୋକିବା ଦିଗରେ ପଦକ୍ଷେପ ନେବାକୁ ବୈଠକ ରେ ନିଷ୍ପତ୍ତି ନିଆଗଲା l କୌଣସି ସରକାରୀ ପ୍ରକଳ୍ପ ଯଥା ରେଳବାଇ, ଜାତୀୟ ରାଜପଥ ଓ ଜଳସେଚନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ରେ ବିଳମ୍ବ ନ କରିବାକୁ ସମସ୍ତ ଜମି ଅଧିଗ୍ରହଣ ଅଧିକାରୀ ମାନଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ l

ଜିଲ୍ଲା ମଧ୍ୟରେ କାର୍ଯ୍ୟକ୍ଷମ ବରଗଡ଼ ରୁ ବରପାଲି ଓ ବରପାଲି ରୁ ବଲାଙ୍ଗୀର ରାସ୍ତାର ପ୍ରଶସ୍ତିକରଣ ନିମନ୍ତେ ତ୍ୱରିତ ଜମି ଅଧିଗ୍ରହଣ କରିବାକୁ ନିର୍ଦ୍ଦେଶ ଦେବା ସହ ଵେବନ୍ଦୋବସ୍ତ କେଶ ର ତୁରନ୍ତ ଫଇସଲା କରି ରେଳ ବିଭାଗ କୁ ଦାଖଲ ଖାରଜ ମାମଲାରେ ପଟ୍ଟା ସଂଶୋଧନ କରି ରେଳପଥ କର୍ତ୍ତ୍ତୃପକ୍ଷ ଙ୍କୁ ଜମି ହସ୍ତାନ୍ତର ଉପରେ ଗୁରୁତ୍ୱାରୋପ କରାଯାଇଥିଲା l ସମସ୍ତ ୫ଟି ଉଚ୍ଚ ବିଦ୍ୟାଳୟ କୁ ଏପ୍ରିଲ ୩୦ ସୁଦ୍ଧା ସଂଶୋଧିତ ଜମି ପଟ୍ଟା ଦେବାକୁ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା l ଏତଦ ବ୍ୟତୀତ ସମସ୍ତ ସରକାରୀ ଶିକ୍ଷନୁଷ୍ଠାନ ମାନଙ୍କୁ ଏପ୍ରିଲ ୩୦ ସୁଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ତତ୍ୱାବଧାନ ରେ ଜମି ପଟ୍ଟା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା l

ଜଙ୍ଗଲ ଜମି ଅଧିକାର ଆଇନ ମାଧ୍ୟମରେ ଅଗ୍ରାଧିକାର ଭିତ୍ତିରେ ହିତାଧିକାରୀ ମାନଂକୁ ଜମି ଯୋଗାଇ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ l ନୂତନ ରାଜସ୍ବ ନିରୀକ୍ଷକ ମାନଙ୍କ ପାଇଁ ବାସଭବନ ତଥା କାର୍ଯ୍ୟାଳୟ ନିର୍ମାଣ ଦିଗରେ ଏପ୍ରିଲ ୧୫ ସୁଦ୍ଧା ଜାଗା ଚିହ୍ନଟ କରିବାକୁ ଓ ମୂଲ୍ୟବାନ ସରକାରୀ ଜମିକୁ ସୁରକ୍ଷା ଓ ସଂରକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ l

ତରଭା ତହସିଲଦାର ଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ନିୟମିତ ଭାବରେ ସମୀକ୍ଷା ବୈଠକ କରାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ପ୍ରାଥମିକତା ଉପରେ ଗୁରୁତ୍ୱାରୋପ କରିଥିଲେ ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles