Friday, March 29, 2024

Top 5 This Week

Related Posts

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ରିପୋର୍ଟ : ଧ୍ରୁବରାଜ ମିଶ୍ର
ବିନିକା, (୧୮/୪) : କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ପୂର୍ବପରି ଚାଲୁ ହୋଇଛି l

ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୨୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୧୩ ଟି ସାମୁହିକ ଦରଖାସ୍ତ ୬ ଟି ରହିଥିବା ବେଳେ, ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୨୦ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୧୩୮ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୮୩ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଦୀର୍ଘ ଦିନରୁ ସ୍ଥଗିତ ଥିବା ଏହି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ରେ ଜନସାଧାରଣ ଙ୍କ ଯୋଗଦାନ ଉତ୍ସାହଜନକ ରହିଥିବା ଦେଖିବାକୁ ମିଳିଛି l ବିନିକା ବି ଡି ଓ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପିଡି. ଡି.ଆର.ଡି.ଏ ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର, ଜିଲ୍ଳା ସ୍ତରୀୟ ଅଧିକାରୀ, ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l

ଆସନ୍ତା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆସନ୍ତା ତା: ୨୫/୦୪/୨୨ ସୋମବାର ଦିନ ଜିଲ୍ଲା ର ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବା ନିମନ୍ତେ ପ୍ରଶାସନ ତରଫରୁ ସୂଚୀତ କରାଯାଇଛି l

Popular Articles