ବାଲ୍ୟ ବିବାହ ମୁକ୍ତ ହେଲା ନବରଙ୍ଗପୁର ଜିଲ୍ଲାର ୨୮୧ଟି ଗାଁ : ଘୋଷଣା କଲେ ଜିଲ୍ଲାପାଳ

0
210

ରିପୋର୍ଟ : ଜିଲ୍ଲାପ୍ରତିନିଧି ଏ.ସତୀଶ //
ନବରଙ୍ଗପୁର,(୦୩/୦୮) : ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ ପ୍ରଚଳିତ ରହିଛି ।

ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ । ପରିପକ୍ଵ ବୟସ ପୂର୍ବରୁ ମାତୃତ୍ଵ ଲାଭକରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା । ତେବେ ଜିଲ୍ଲା ରେ ଏହି ଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ତପ୍ତରତା ପ୍ରକାଶ ପାଇଛି । ସମଗ୍ର ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହ ମୁକ୍ତ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ଵେଷା ଅଭିଯାନ

ସମଗ୍ର ନବରଙ୍ଗପୁର ଜିଲ୍ଲାକୁ ୨୦୨୪ ମସିହା ସୁଧା ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ ଓ ଆକ୍ସନଏଡ ସଂସ୍ଥାର ମିଳିତ ପ୍ରୟାସରେ ଏକ ଯୋଜନା ବଦ୍ଧ କାର୍ୟ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟବିବାହକୁ ବନ୍ଦ କରାଯାଇବା ନିମନ୍ତେ ପ୍ରୟାସ ଜାରି ରହିଛି ।