ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

0
146
ବ୍ରଜରାଜନଗର

ରିପୋର୍ଟ : ରାମନାଥ ଗନ୍ତାୟତ

ଭୁବନେଶ୍ୱର, (04/05) : ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଏଥିସହ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ମେ’ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ମେ’ ୧୨ ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । 

୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ । ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଥିଲା । ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା । ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଇନ ଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।

ଏଥର ୨ ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । ଗତ ନିର୍ବାଚନରେ ୨୫୭ ଟି ବୁଥ୍ ଥିଲା । ତେବେ ଉପନିର୍ବାଚନରେ ଅଧିକ ୨୨ ଟି ବୁଥ୍ ପ୍ରତିଷ୍ଠା ପାଇଁ ଜିଲ୍ଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଛି ।

ମେ’ ୩୧ ରେ ହେବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ହେବ । ବିଜେଡି ର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି ।