Friday, March 29, 2024

Top 5 This Week

Related Posts

ଆସନ୍ତା ମଇ ୧୪ ତାରିଖରେ ରାୟଗଡା ଜିଲ୍ଲାରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, ତା.(୦୪/୦୫) : ରାୟଗଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ମଇ ୧୪ ତାରିଖରେ ଶନିବାର ଦିନ ଅନୁଷ୍ଠିତ ହେବାକୁ ଯାଉଅଛି ।

ଆସନ୍ତା ମଇ ୧୪ ତାରିଖରେ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ବିଚାରାଧୀନ ମକଦ୍ଦମା ଯଥା ଦେୱାନୀ, ଫୌଜଦାରୀ, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନସ ମାମଲା ଇତ୍ୟାଦି ର ଆପୋଷ ସହମତି ରେ ସମାଧାନ କରାଯାଇ ପାରିବ l

ବିଚାରାଧୀନ ମକଦ୍ଦମା ସହ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ପ୍ରାକ ମକଦ୍ଦମା ସ୍ତରୀୟ ତଥା କଚେରୀରେ ଦାୟର ହୋଇ ନଥିବା ବିବାଦ ର ମଧ୍ୟ ସମାଧାନ କରାଯାଇ ପାରିବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ କୁମାରୀ ନିବେଦିତା ପଣ୍ଡା ସୂଚନା ଦେଇଛନ୍ତି l ଲୋକ ଅଦାଲତ ରେ କୌଣସି ପ୍ରକାର ଆର୍ଥିକ ବ୍ୟୟ କରିବାକୁ ପଡ଼ୁ ନଥିବାରୁ ଜନ ସାଧାରଣ ଉକ୍ତ ଲୋକ ଅଦାଲତ ର ସୁଯୋଗ ନେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି l

Popular Articles