Thursday, March 28, 2024

Top 5 This Week

Related Posts

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୯/୫) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ଡି ଆର ଡି ଏ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 05 10 at 12.53.16 PM ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡା ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ଜନିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ଟି, ସାମୁହିକ ଦରଖାସ୍ତ ୨ଟି ରହିଥିବା ବେଳେ, ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୩୨ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୭ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସୂର୍ଯ୍ୟ ନାରାୟଣ ଦାଶ, ପିଡି ଡିଆରଡିଏ ଡୋଳାମଣି ପଟେଲ, ଉପ- ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର, ଡି ଏମ ଓ -ଏମ ଏସ -ଡ଼ଃ ପ୍ରଦୀପ କୁମାର ଗୁରୁ, ଆର ଡବ୍ଲୁ ଏସ ଏସ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ବିଭୁ ପ୍ରସାଦ ପଣ୍ଡା, ପି.ଡବ୍ଲୁ.ଡି-କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ପି.ଏଚ.ଡି ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଆର ଡି-, ଡି.ଇ.ଓ. ଲକ୍ଷ୍ମଣ ଭୋଇ, ସୋନପୁର ବ୍ଲକ ଅଧ୍ୟକ୍ଷ, ପ୍ରହଲ୍ଲାଦ ନାୟକ, ବିଡ଼ିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ, ନିର୍ବାହୀ ଅଧିକାରୀ ସୋନପୁର ମ୍ୟୁନିସିପାଲିଟି ସୂର୍ଯ୍ୟାଶୁ ରୁଟ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର,ସୋନପୁର ବ୍ଲକ ଓ ମ୍ୟୁନିସିପାଲିଟି ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Popular Articles