Friday, March 29, 2024

Top 5 This Week

Related Posts

୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ରାୟଗଡା ସିଭିଲ କୋର୍ଟରେ ଅନୁଷ୍ଠିତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, ତା.(୧୪/୦୫) : ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲ କୋର୍ଟ ପରିସରରେ ଆଜି ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।

ଏହି ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁରରେ ଦୀର୍ଘ ଦିନ ଧରି ପଡିରହିଥିବା ୯୨ ଟି ମାମଲା ର ଫଇସଲା ହୋଇ ଜରିମାନା ବାବଦକୁ ଟ. ୬୬,୦୯,୯୪୮ (ଛଅଷଠି ଲକ୍ଷ ନଅ ହଜାର ନଅଶହ ଅଡଚାଳିଶି) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୧ ଟି ମାମଲା ର ଫଇସଲା ହୋଇ ଜରିମାନା ବାବଦକୁ ଟ .୪,୬୬,୫୮୫ (ଚାରି ଲକ୍ଷ ଛଅଷଠି ହଜାର ପାଞ୍ଚଶହ ପଞ୍ଚାଅଶି) ଟଙ୍କା ଆଦାୟ ହୋଇଛି ।

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଂପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ ।

ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମ୍ରୁତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକ ଅଦାଲତ ର ଅଧ୍ୟକ୍ଷ ଶ୍ରୀ ହିମାଂଶୁ ଶେଖର ବ୍ରହ୍ମା, ରେଜିଷ୍ଟର ଶ୍ରୀ ଦେବିଯୋତି ମହାପାତ୍ର, ବରିଷ୍ଠ ଦଣ୍ଡାଧିକାରୀ ଶ୍ରୀ ମନୋରଞ୍ଜନ ଦାସ, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମତୀ ଶତରୂପା ଶତପଥୀ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ଗୁରିଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀମତି ସୁବାସିନୀ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ।

Popular Articles