Thursday, March 28, 2024

Top 5 This Week

Related Posts

ଜିଲ୍ଲାପାଳଙ୍କ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ରିପୋର୍ଟ : ଗୋପୀନାଥ ଗୌଡ଼ //
ରାୟଗଡା/ଗୁଡାରି, (୧୭/୦୫) : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଜିଲ୍ଲାପାଳଙ୍କ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।484c84cb 58f2 4a03 b39c aa79783f3616 ଜିଲ୍ଲାପାଳଙ୍କ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଗୁଡାରି ବ୍ଲକରେ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ପିଡ଼ି, ଡିଆର୍ଡିଏ ଶ୍ରୀ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ଗୁଣପୁର ଶ୍ରୀ ଯେ ସୋନାଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲ ମୋହନ ରାଉତରାୟ, ପଂଚାୟତ ସମିତି ଅଧ୍ୟକ୍ଷା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ କୁମାର ଶତପଥୀ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଶ୍ରୀ ପୂର୍ଣ ଚନ୍ଦ୍ର ଚୋୖଧୁରୀ, ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳ ଯୋଗାଣ ସଂସ୍ଥା ରାୟଗଡ ଶ୍ରୀ ଚିତ୍ତରଞ୍ଜନ ଜେନା, ଅଭିଯୋଗ ଶୁଣାଣି ଅଧିକାରୀ ସୁଶ୍ରୀ ମଧୁମିତା ପlମେଲା କର, ତହସିଲଦାର ଗୁଡାରି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ, ବିଡିଓ ନୃସିଂହ ଚରଣ ସେଠୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୫୦ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୩୭ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା ଏବଂ ୨ ଗୋଟି ରେଡ୍କ୍ରସ ନିମନ୍ତେ ଆଭିଯୋଗ କରିଥିଲେ l ରେଡ୍କ୍ରସରୁ ଜିଲ୍ଲାପାଳ ୨ ଜଣକୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀ ମିଶ୍ର ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles