Thursday, March 28, 2024

Top 5 This Week

Related Posts

କେସିଙ୍ଗା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, ତା (୨୩/୦୫) : ଆଜି ସ୍ଥାନୀୟ କେସିଙ୍ଗା ବ୍ଲକ ସ୍ଥିତ ବି.ଡି.ଓ. ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ ଗାଭାଲି ପରାଗ ହର୍ଷଦ୍ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ପି ଡି, ଡି ଆର୍ ଡି ଏ , କଳାହାଣ୍ଡି ଶ୍ରୀ ସୋମେଶ ଉପାଧ୍ୟାୟ, ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ବ୍ଲକ ଅଧ୍ୟକ୍ଷ ଶ୍ରୀ ଚନ୍ଦନ ସେନାପତି, ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କେସିଙ୍ଗା ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୩୨୬ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ।

ସେଥିମଧ୍ୟରୁ ୩୧୩ ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୩ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୩୩ ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ କେସିଙ୍ଗା ର ଶ୍ରୀ ଗଣେଶ ସିକ୍କା, ବେଲଖଣ୍ଡିରୁ ଗୁଣନିଧି ସାହୁ ଏବଂ ଜଗତ ଭୋଇ ଙ୍କୁ ଚିକିତ୍ସା ସହାୟତା ବାବଦକୁ ପ୍ରତ୍ୟେକ ଟ ୫୦୦୦/- ଅନୁମୋଦନ କରାଯାଇଥିଲା ।

ଜନଶୁଣାଣୀ ଶିବିର ପୂର୍ବରୁ ଜିଲ୍ଲାପାଳ ଡ଼ ଗାଭାଲି ସାମାଜିକ ଗଣମାଧ୍ୟମ, ମେଲ୍ ଓ ପତ୍ର ମାଧ୍ୟମରେ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପୋର୍ଟାଲ, ଜନଶୁଣାଣୀ ପୋର୍ଟାଲ ତଥା ଜିଲ୍ଲାପାଳଙ୍କ ଅଫିସ୍ କୁ ଆସିଥିବା ଆବେଦନ ର ଅଭିଯୋଗ ଓ ସମସ୍ୟା ସଂଯୁକ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀ ଠାରେ ପ୍ରାପ୍ତ ହୋଇଥିବା ଅଭିଯୋଗ ର ସମୀକ୍ଷା କରି ଏହାର ଅଗ୍ରଗତି ଓ ସମାଧାନ ଶୀଘ୍ର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପେନସନ, ରାସନ୍ କାର୍ଡ, ଭତ୍ତା, ପାନୀୟ ଜଳ, ରାସ୍ତା, ଶିକ୍ଷକ ପଦବୀ ପୂରଣ, ଉଠାଜଳ ସେଚନ ଉପରେ ଥିଲା ।

Popular Articles