ରାମନାଗୁଡା ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

0
179
ରାମନାଗୁଡା ବ୍ଲକରେ

ରିପୋର୍ଟ : ଗୋପିନ୍ନାଥ ଗୌଡ଼
ରାୟଗଡା/ରାମନାଗୁଡା, (୨୩/୦୫) : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ରାମନାଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ରାମନାଗୁଡା ବ୍ଲକରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ସରୋଜ କୁମାର ମିଶ୍ର, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ପିଡ଼ି, ଡିଆର୍ଡିଏ ରବି ନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ଗୁଣପୁର ଯେ ସୋନାଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲ ମୋହନ ରାଉତରାୟ, ପଞ୍ଚାୟତ ସମିତି ଅଧ୍ୟକ୍ଷା ରବି ଗମାଙ୍ଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଗୁଣପୁର, ଦିଗାମ୍ବର ବିଶ୍ଵାଳ, ଅଭିଯୋଗ ଶୁଣାଣି ଅଧିକାରୀ ସୁଶ୍ରୀ ମଧୁମିତା ପାମେଲା କର, ତହସିଲଦାର ରାମନାଗୁଡା ସୁଶ୍ରୀ ପ୍ରଭାତୀ ଝଡ଼ିଆ, ଉଦ୍ୟାନ ଉପନିର୍ଦେଶକ, ରାୟଗଡ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତି ଜାଜ୍ଞସେନି ବେହେରା ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୫୨ ଟି ଅଭିଯୋଗ ଜିଲ୍ଲାପାଳ ଙ୍କ ନଜରକୁ ଆସିଥିଲା l ସେଥି ମଧ୍ୟରୁ ୩୮ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା l

୩ ଗୋଟି ରେଡ୍କ୍ରସ ଓ ମୁଖ୍ୟମନ୍ତ୍ରୀ ସହାୟତା କୋଷ ନିମନ୍ତେ ଆଭିଯୋଗ କରିଥିଲେ l ରେଡ୍କ୍ରସରୁ ଜିଲ୍ଲାପାଳ ଜଣକୁ ୫ ହଜାର ଟଙ୍କା ଏବଂ ଅନ୍ୟ ଜଣକୁ ୩ ହଜାର ଟଙ୍କା ସହାୟତା ପ୍ରଦାନ କରିଥିବା ବେଳେ ଆଉ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି l ଜିଲ୍ଲାପାଳ ଶ୍ରୀ ମିଶ୍ର ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।