Thursday, October 22, 2020
Home Government News "ଫୋନି" ଆସୁଛି, ୨ତାରିଖରେ ଉପକୂଳ ଓଡ଼ିଶାରେ ପବନ ବେଗ ୪୦ରୁ ୫୦ ହେବା ସମ୍ଭାବନା

“ଫୋନି” ଆସୁଛି, ୨ତାରିଖରେ ଉପକୂଳ ଓଡ଼ିଶାରେ ପବନ ବେଗ ୪୦ରୁ ୫୦ ହେବା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ନ୍ୟୁଜ୨୪): ଆଜି ସକାଳେ ସିଭିୟର ସାଇକ୍ଲୋନ୍‌ରୁ ଭେରି ସିଭିୟର୍‌ ସାଇକ୍ଲୋନ୍‌ର ରୂପ ନେଇ ସାରିଥିବା ‘ଫୋନି’ କେଉଁଠି ଲ୍ୟାଣ୍ଡଫଲ୍ କରିବ ଜଣାପଡ଼ିନଥିଲେ ମଧ୍ୟ ଏହା ପୁରୀ ନିକଟରେ କେଉଁଠି ଲ୍ୟାଣ୍ଡଫଲ୍ କରିପାରେ ବୋଲି ଅନୁମାନ କରାଯାଉଛି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଏଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୩ ତାରିଖ ଅପରାହ୍ଣରେ ‘ଫୋନି’ ଲ୍ୟାଣ୍ଡଫଲ୍‌ କରିବ ବୋଲି ଆକଳନ କରାଯାଉଛି । ପୁରୀ ନିକଟରେ ଏହା ଲ୍ୟାଣ୍ଡଫଲ୍ କରିପାରେ ବୋଲି ଅନୁମାନ କରାଯାଉଛି । ତେବେ ନିର୍ଦ୍ଦିଷ୍ଟ ଭାବେ ଏହା କେଉଁଠି ଓ କେତେବେଳେ ଲ୍ୟାଣ୍ଡଫଲ୍ କରିବ, ତାହା ଆଜି ସନ୍ଧ୍ୟାରେ ସ୍ପଷ୍ଟ ହେବ।” ସେ କହିଛନ୍ତି,“ ଫୋନି ଏବେ ପୁରୀଠାରୁ ୮୩୦ କିଲୋମିଟର ଦୂରରେ ରହିଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବ । ୨ରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଏହି ଦିନ ୪୦ରୁ ୫୦ କିମି ବେଗରେ ପବନ ବହିବ । କିନ୍ତୁ ୩ ତାରିଖରେ ସାରା ଓଡ଼ିଶାରେ ବର୍ଷା ହେବ । ଆଉ ସେହି ଦିନ ସକାଳେ ପବନର ବେଗ ୬୦ରୁ ୭୦ କିମିକୁ ବଢ଼ିବ । ଅପରାହ୍ନରେ ଏହା ଯେଉଁଠି ଲ୍ୟାଣ୍ଡଫଲ୍ କରିବ ସେଠାରେ ପବନର ବେଗ ଘଣ୍ଟାପ୍ରତି ୧୭୦ରୁ ୧୮୦ କିମି ରହିବ।”

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: