ଗାନ୍ଧୀ ଷ୍ଟାଡିୟମ ଠାରେ କ୍ରୀଡା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

0
160
ଗାନ୍ଧୀ ଷ୍ଟାଡିୟମ ଠାରେ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୫/୫) : ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ଓ ଯୁବସେବା ବିଭାଗ ତରଫରୁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି lWhatsApp Image 2022 05 25 at 8.37.31 PM ଗାନ୍ଧୀ ଷ୍ଟାଡିୟମ ଠାରେ କ୍ରୀଡା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା କ୍ରୀଡା ଅଧିକାରୀ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି କ୍ରୀଡା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ଆଜି ଜିଲ୍ଲାର ଉଲୁଣ୍ଡା, ଡୁଙ୍ଗୁରିପାଲି ଓ ବୀରମହାରାଜପୁର ବ୍ଲକର ୧୦ ରୁ ୧୫ ବର୍ଷ ପର୍ଯ୍ୟନ୍ତ ବାଳକ ୯୮ ଓ ବାଳିକା ୩୯, ମୋଟ ୧୩୭ ଜଣ କ୍ରୀଡାପ୍ରତିଭାଗୀ ଅଂଶଗ୍ରହଣ କରିଥିଲେ l

ଆସନ୍ତା କାଲି ଅନ୍ୟ ୩ଟି ବ୍ଲକ ଏବଂ ସୋନପୁର ମ୍ୟୁନିସିପାଲିଟି ସହ ବିନିକା ଓ ତରଭା ଏନ ଏ ସି ର କ୍ରୀଡା ପ୍ରତିଭାଗୀ ବାଳକ ବାଳିକା ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି l ଜିଲ୍ଲାର ଲୁକ୍କାୟିତ କ୍ରୀଡା ପ୍ରତିଭା ଅନ୍ୱେଷଣ କୁ ସ୍ୱଚ୍ଛ, ବ୍ୟବସ୍ଥିତ ଓ ସଠିକ ଭାବରେ ପରିଚାଳନା କରିବା ନିମନ୍ତେ ଜିଲ୍ଲାର ବିଭିନ୍ନ ୬ଜଣ ପ୍ରତିଭା ସମ୍ପନ୍ନ ଖେଳ ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି l

ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାରେ ଲୁଚିରହିଥିବା କ୍ରୀଡା ପ୍ରତିଭାମାନଙ୍କୁ ଲୋକଲୋଚନ କୁ ଆଣିବା ସହିତ ସେମାନଙ୍କୁ ସେମାନଙ୍କ ପ୍ରିୟ କ୍ରୀଡା ରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିବା ନିମନ୍ତେ ଏକ ନିଶ୍ଚିତ ଭିତ୍ତିଭୂମି ପ୍ରଦାନ କରି ଆଗାମୀ ଦିନରେ ଏକ ଶ୍ରେଷ୍ଠ କ୍ରୀଡ଼ାବିତ ଭାବେ ପରିଚିତ କରିବା ଲକ୍ଷ୍ୟ ରହିଥିବା ଜିଲ୍ଲା କ୍ରୀଡା ଅଧିକାରୀ ଡ଼ଃ ମିଶ୍ର ପ୍ରକାଶ କରିଛନ୍ତି l