ବିଷମକଟକ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

0
122
ବିଷମକଟକ ବ୍ଲକରେ

ରିପୋର୍ଟର : ନରତ୍ତମ ପାଢୀ
ରାୟଗଡା/ବିଷମ କଟକ : (୩୧/୦୫) : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ବିଷମକଟକ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 05 31 at 9.30.38 PM ବିଷମକଟକ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ବିଷମକଟକ ବ୍ଲକରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ସରୋଜ କୁମାର ମିଶ୍ର, ଉପ ଆରକ୍ଷୀ ଅଧିକ୍ଷକ ରାମଚନ୍ଦ୍ର ସାହ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଯସଦା ହୁଈକା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଲଭର୍ଟ ଲାକ୍ରା, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରାମଚନ୍ଦ୍ର ଦାଶ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ରାୟଗଡ, ଦୟାନିଧି ବାଘ, ତହସିଲଦାର ଶୁଭେନ୍ଦୁ ଜେନା, ଜିଲ୍ଲା ପଞ୍ଚାୟତ ଅଧିକାରୀ, ରାୟଗଡ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତି ଭିକ୍ତରୀଆ କୁଲୁ, ଜିଲ୍ଲା ଯୋଗାଣ ଅଧିକାରୀ, ରାୟଗଡ଼, ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୩୮ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୨୩ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୨ ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା ଏବଂ ୩ ଗୋଟି ରେଡ଼କ୍ରସ ସହାୟତା ନିମନ୍ତେ ଆଭିଯୋଗ କରିଥିଲେ । ରେଡ଼କ୍ରସ ରୁ ଜିଲ୍ଲାପାଳ ଜଣକୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ମିଶ୍ର ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।