ଛାତ୍ରଛାତ୍ରୀ ଙ୍କ ପାଇଁ ବଡ ଖବର : ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ

0
139
ଛାତ୍ରଛାତ୍ରୀ

ରିପୋର୍ଟ : ରାମନାଥ ଗନ୍ତାୟତ

ଭୁବନେଶ୍ୱର, (୦୪/୦୬) : ଛାତ୍ରଛାତ୍ରୀ ଙ୍କ ପାଇଁ ବଡ ଖବର । ଜୁନ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଖାତାଦେଖା ଶେଷ ହୋଇ ଅନ୍ୟ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ତେବେ କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ।