Advertisements
Thursday, July 16, 2020
Home Accidental Death ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣଙ୍କ ଅକାଳ ମୃତ୍ୟୁ

ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣଙ୍କ ଅକାଳ ମୃତ୍ୟୁ

କଳାହାଣ୍ଡି(ଚିତ୍ତରଞ୍ଜନ ବାଗ): ଜୁନାଗଡ ବ୍ଲକ ଜାରିଙ୍ଗ ନିକଟ ଜାତୀୟ ରାଜପଥ ୨୬ରେ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣ ପ୍ରାଣ ହରାଇ ଥିବାବେଳେ ଜଣେ ଗୁରୁତର ଆହତ ହୋଇଛି ।

ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭୋର ଚାରିଟା ସମୟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ମୃତକ ମାନେ ଗୋଟିଏ ପରିବାରର ହୋଇଥିବା ଜଣାପଡିଛି ।କେସିଙ୍ଗାରୁ ନିଜ ଗାଁ ଖୁରସେଲଗୁଡାକୁ ଫେରୁଥିବା ସମୟରେ ସେମାନଙ୍କ କାର ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ମୃତକ ମାନେ ଖୁରସେଲଗୁଡା ଗାଁର ବଡ ବେହେରା, ଆଶୁତୋଷ ବେହେରା, ବିନାୟକ ବେହେରା ଓ ଦୁଇଜଣ ଶିଶୁ ବୋଲି ଜଣା ପଡିଛନ୍ତି ।ସୂଚନା ଅନୁଯାୟୀ, ଚିକିତ୍ସା ପାଇଁ ବିଶାଖାପାଟଣା ଯାଇଥିବା ପରିବାର ଲୋକେ ଟ୍ରେନରେ ଆସି କେସିଙ୍ଗା ଷ୍ଟେସନରେ ଓହ୍ଲାଇ ଘରକୁ ଫେରୁଥିବା ସମୟରେ ଏଭଳି ଅଘଟଣ ଘଟିଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ-ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ପରୀକ୍ଷାର୍ଥୀ ଶତପ୍ରତିଶତ କୃତକାର୍ଯ୍ୟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ରାଜ୍ୟ ସ୍ତରୀୟ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ l ଏହାସହିତ ଟିକିରି ଥାନାସ୍ଥିତ ଦୋରାଗୁଡ଼ାରେ ଅବସ୍ଥିତ...

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି...

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା...

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ...

Recent Comments

%d bloggers like this: