Advertisements
Thursday, July 16, 2020
Home General Election 2019 ପିସିସି ଅଧ୍ୟକ୍ଷ ପଦରୁ ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା

ପିସିସି ଅଧ୍ୟକ୍ଷ ପଦରୁ ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା

ଭୁବନେଶ୍ୱର(ଓଡିଶା ନ୍ୟୁଜ୨୪): ନିର୍ବାଚନ ଫଳାଫଳ ଘୋଷଣାର ଗୋଟିଏ ଦିନ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ । ଇସ୍ତଫା ନେଇ ନିରଞ୍ଜନ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଓଡ଼ିଶାରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାଜନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିବା କହିଛନ୍ତି ନିରଞ୍ଜନ ।

ତେବେ ନିରଞ୍ଜନ ପଟ୍ଟନାୟକ ଏହି ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରିବା ସହ ସେ ନିଜର ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଦେଇଛନ୍ତି । ନିରଞ୍ଜନ କହିଛନ୍ତି, ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକେ ଭରସା କଲେ । ରାଜନୀତିରେ ନୀତି, ଆଦର୍ଶ ନାହିଁ’, ବ୍ୟବସାୟୀକରଣ ହୋଇଛି । ନୀତି, ଆଦର୍ଶବାନ ଯୁବପିଢି ନେତୃତ୍ୱ ପାଇଁ ଆଗେଇ ଆସନ୍ତୁ । ମୁଁ କଂଗ୍ରେସରେ ରହିଛି ଓ ରହିବି । ଏହାକୁ ମଜଭୁତ କରିବି ବୋଲି ନିରଞ୍ଜନ କହିଛନ୍ତି’ । ସୂଚନାଯୋଗ୍ୟ ବିଧାନସଭାରେ ମାତ୍ର ୯ଟି ଆସନ ପାଇଛି କଂଗ୍ରେସ । ନିଜେ ନିରଞ୍ଜନ ୨ଟି ଆସନରୁ ନିର୍ବାଚନ ଲଢି ପରାସ୍ତ ହୋଇଛନ୍ତି । ଲୋକସଭାରେ ମାତ୍ର ଗୋଟିଏ ଆସନ ପାଇଛି କଂଗ୍ରେସ । ତେଣୁ ରାଜନୈତୀକତା ଦୃଷ୍ଟିରୁ ମୁଁ ନିଜ ପଦରୁ ଇସ୍ତଫା ଦେଉଛି ବୋଲି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ-ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ପରୀକ୍ଷାର୍ଥୀ ଶତପ୍ରତିଶତ କୃତକାର୍ଯ୍ୟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ରାଜ୍ୟ ସ୍ତରୀୟ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ l ଏହାସହିତ ଟିକିରି ଥାନାସ୍ଥିତ ଦୋରାଗୁଡ଼ାରେ ଅବସ୍ଥିତ...

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି...

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା...

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ...

Recent Comments

%d bloggers like this: