Friday, March 29, 2024

Top 5 This Week

Related Posts

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୩/୬) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 06 13 at 7.40.13 PM ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୩୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୩୦ ଟି, ସାମୁହିକ ଦରଖାସ୍ତ ୨ଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ଗ୍ରହଣ କରାଯାଇଥିବା ୧୩୨ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୮୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୫ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା ଶ୍ରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସୋନପୁର ଉପ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କଁହର, ଜିଲ୍ଲା ଗ୍ରାମ୍ୟ ଜଳ ଓ ପରିମଳ ନିର୍ବାହୀ ଯନ୍ତ୍ରୀ ଇଂ. ବିଭୂପ୍ରସାଦ ପଣ୍ଡା, ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ, ବ୍ଲକ ଉପାଧ୍ୟକ୍ଷ ନିର୍ମଳ ସାଣ୍ଢ, ଜିଲ୍ଲା ସ୍ତରୀୟ ଅଧିକାରୀ,  ତହସିଲଦାର ଓ ବ୍ଲକ ସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ l

Popular Articles