Friday, March 29, 2024

Top 5 This Week

Related Posts

ମାଁ ରୁଦ୍ରକାଳୀ ତୃତୀୟ ଲିଙ୍ଗି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲ୍ଲାପ୍ରଶାସନ ପକ୍ଷରୁ ୫୦,୦୦୦ ଟଙ୍କା ରାଶି ପ୍ରଦାନ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୨୦/୦୬) : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମାଁ ରୁଦ୍ରକାଳୀ ତୃତୀୟ ଲିଙ୍ଗୀ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସହାୟତା ରାଶି ଯୋଗାଇ ଦିଆଯାଇଛି ।WhatsApp Image 2022 06 21 at 9.46.35 AM ମାଁ ରୁଦ୍ରକାଳୀ ତୃତୀୟ ଲିଙ୍ଗି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲ୍ଲାପ୍ରଶାସନ ପକ୍ଷରୁ ୫୦,୦୦୦ ଟଙ୍କା ରାଶି ପ୍ରଦାନ

ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ମାଁ ରୁଦ୍ରକାଳୀ ତୃତୀୟ ଲିଙ୍ଗି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରିଥିଲେ । ଏଥିସହିତ ସେମାନଙ୍କ ବିଭିନ୍ନ ସୁବିଧା, ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ । ଖାଦ୍ୟ ସାମଗ୍ରୀ କିମ୍ବା ଅନ୍ୟ କୌଣସି ଷ୍ଟଲ ଖୋଲି ନିଜେ ସ୍ୱାବଲମ୍ବୀ ହେବା ପାଇଁ ପରାମର୍ଶ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଜ୍ଞାନରଞ୍ଜନ ମହାନ୍ତି, ପିଡ଼ିଡିଆରଡିଏ ଅଶ୍ୱନି କୁମାର ମେହେର, ବୌଦ୍ଧ ବିଡ଼ିଓ ବିଜୟ କୁମାର ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କଂହର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା, ସିଡିପିଓ ମିନତୀ ଦେଓ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତା କାନ୍ତି ବଳିଆରସିଂହ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଵାତି ସ୍ୱେଚ୍ଛାସେବୀ ଅନୁଷ୍ଠାନ ର ସ୍ଵଚ୍ଛସାଥି ସୁଷମା ବେହେରା ଉପସ୍ଥିତ ରହି ସହଯୋଗ କରିଥିଲେ ।

Popular Articles