Advertisements
Tuesday, June 2, 2020
Home Death Case ବିଷପିଇ ଦିଅର ଭାଉଜଙ୍କ ଆତ୍ମହତ୍ୟା

ବିଷପିଇ ଦିଅର ଭାଉଜଙ୍କ ଆତ୍ମହତ୍ୟା

ରିପୋର୍ଟ: ବିମଳେନ୍ଦୁ ସାହୁ
ଲୋଇସିଂହା (୧୧/୦୬): ବିଷ ପିଇ ଦିଅର ଭାଉଜ ଆତ୍ମହତ୍ୟା କରିବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି ।

ସୂଚନା ମତେ ଲୋଇସିଂହା ଥାନା ବୁର୍ଡା ପଂଚାୟତ ସିଆଲବାହାଲି ଗ୍ରାମର ଲତିରାମ ଧରୁଆଙ୍କ ଦୁଇ ପୁଅ ଭକ୍ତ ଧରୁଆ(୩୨) ଓ ମାଗି ଧରୁଆ । ଉଭୟ ଜନ୍ମରୁ ବାକ ଶକ୍ତିହୀନ ଥିବାରୁ କଥା କହି ପାରନ୍ତି ନାହିଁ । ଆଜି ସକାଳେ ଭକ୍ତ ଏବଂ ମାଗିଙ୍କ ସ୍ତ୍ରୀ ତଥା ଭକ୍ତଙ୍କ ଭାଉଜ ସରସ୍ୱତୀ (୨୫) କୌଣସି କାରଣରୁ ବିଷ ପିଇ ଦେଇଥିଲେ । ପରିବାର ଲୋକେ ଏହା ଜାଣିପାରି ଉଭୟଙ୍କୁ ବଲାଙ୍ଗୀର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ହେଁ ମାତ୍ରାଧିକ ବିଷକ୍ରିୟା ଯୋଗୁଁ ଉଭୟଙ୍କ ମୃତ୍ୟୁ ହୋଇ ଯାଇଥିଲା । ଲୋଇସିଂହା ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବା ବେଳେ ପୃଥକ ପୃଥକ ଭାବେ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରିଛି । ପାରିବାରିକ କଳହ ଅଥବା ଅବୈଧ ପ୍ରେମ ସମ୍ପର୍କ ଯୋଗୁଁ ଉଭୟେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ଅଧିକ ତଦନ୍ତ ଜାରି ରହିଥିବା ତଦନ୍ତ ଅଧିକାରୀ ଏଏସଆଇ ପିକେ ପୁରୋହିତ ପ୍ରକାଶ କରିଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: