Thursday, March 28, 2024

Top 5 This Week

Related Posts

ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୦୪/୦୭) : ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ଜିଲ୍ଲା ସଦର ମହକୁମା ଠାରେ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେଵସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ରାୟଗଡ ଭୀମସେନ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ପ୍ରଦୀପ କୁମାର ପଟ୍ଟନାୟକ, ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ତହସିଲଦାର ସୁନୀଲ ତାପସ କୁମାର ରାଉତ, ପୌର ନିର୍ବାହୀ ଅଧିକାରୀ ୟାସସିର ଅହମଦ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଧ୍ରୁବଚରଣ ନାୟକ, ନିର୍ବାହୀଯନ୍ତ୍ରୀ ବିଦ୍ୟୁତ ନାରାୟଣ ନାୟକ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୬୦ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୫୬ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଜିଲ୍ଲାପାଳ ଶ୍ରୀମତି ଦେଵସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Popular Articles