ଓଡିଶା ସାହିତ୍ୟ ଏକାଡେମୀ ସ୍ଵନକ୍ଷତ୍ର ଦିବସ -୨୦୨୨

0
197
ଓଡିଶା ସାହିତ୍ୟ ଏକାଡେମୀ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୦୬/୦୭) : ଓଡିଶା ସାହିତ୍ୟ ଏକାଡେମୀ ର ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା ଯଥା – ବକ୍ତୃତା, ପ୍ରବନ୍ଧ, କବିତା ଆବୃତ୍ତି ଓ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ଦୁଇଟି ବର୍ଗରେ (କନିଷ୍ଠ/ବରିଷ୍ଠ) ସ୍ଥାନୀୟ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇ ଯାଇଛି l

ଏହି କାର୍ଯ୍ୟକ୍ରମ କୁ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା ଉଦଘାଟନ କରିଥିଲେ l ତତସହିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀଯୁକ୍ତ ଶୁକ୍ରୁ ସ୍ୱାଇଁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ର ସଦସ୍ୟ ଡ଼ଃ. ଇଂ. ସଞ୍ଜୟ କୁମାର ପଣ୍ଡା ଉପସ୍ଥିତ ଥିଲେ l

ଏହି ସାରସ୍ୱତ କାର୍ଯ୍ୟକ୍ରମରେ ଜିଲ୍ଲା ର ୧୪୬ ଜଣ ଛାତ୍ର ଛାତ୍ରୀ ବିଭିନ୍ନ ବିଦ୍ୟାଳୟ ରୁ ଅଂଶ ଗ୍ରହଣ କରିଥିଲେ l ତତ ସହିତ ଗାଇଡ଼ ଶିକ୍ଷକ/ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ l ଏହି ପ୍ରତିଯୋଗୀତା ର ବିଚାରକ ଭାବରେ ଡ଼ଃ. ଇଂ. ସଞ୍ଜୟ କୁମାର ପଣ୍ଡା, ପ୍ରାକ୍ତନ ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟ ଶ୍ରୀ ନୀଳଲୋହିତ ମହାପାତ୍ର, ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦ ର ସି ଆର ସି ସି ଶ୍ରୀଯୁକ୍ତ ସନ୍ତୋଷ କୁମାର କର୍ଣ୍ଣ ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ, ମେଣ୍ଢିମାଳ ର ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ପ୍ରମୋଦ କୁମାର ପ୍ରଧାନ ଦାୟିତ୍ୱ ତୁଲାଇଥିଲେ l

ଏହି ପ୍ରତିଯୋଗିତା ର ବିଭିନ୍ନ ବର୍ଗ ର ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ରାଜ୍ୟ ସ୍ତରୀୟ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି l