ପ୍ରବଳ ବର୍ଷା ଜାରି ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

0
126
ପ୍ରବଳ ବର୍ଷା ଜାରି

ରିପୋର୍ଟ : ରାମନାଥ ଗନ୍ତାୟତ
ଭୁବନେଶ୍ୱର, (୧୩/୦୭) : ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର ଓ ନୟାଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାସହ ପୁରୀ, କଟକ, ଜଗତସିଂହପୁର, ରାୟଗଡ଼ା, ଖୋର୍ଦ୍ଧା, ଗଜପତି, ବୌଦ୍ଧ, ସୋନପୁର, ବରଗଡ଼, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟଲୋ ଓ୍ୱାର୍ଣ୍ଣିଂ ଜାରିକରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।