Thursday, March 28, 2024

Top 5 This Week

Related Posts

ଓଡ଼ିଶାରୁ ଆଜି ୮୭୨ କରୋନା ପଜିଟିଭ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର, (୧୭/୦୭) : ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଆଜି ଦୈନିକ ସଂକ୍ରମଣରେ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୬୦ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୨୩ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୧୪୪, କଟକରୁ ୯୬, ଷ୍ଟେଟପୁଲରୁ ୬୧, ମୟୂରଭଞ୍ଜରୁ ୫୯, ସୋନପୁରରୁ ୨୬, ସମ୍ବଲପୁରରୁ ୨୩, ପୁରୀରୁ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯, ୧୧୨କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୫୩୭୬ ରହିଛି । ୨୪ ଘଣ୍ଟା ମଧ୍ୟରେ ୫୫୨ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Popular Articles