ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
165
ବିନିକା ବ୍ଲକ କାର୍ଯ୍ୟାଳୟ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୮/୭) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 07 19 at 10.34.35 AM ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୨ ଗୋଟି, ସାମୁହିକ ଦରଖାସ୍ତ ୨ ଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l

ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୭ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୭ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଏହି ଅବସରରେ ବ୍ଲକ ପ୍ରଶାସନ ବିନିକା ତରଫରୁ ଜୁଲୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଅମାମୁଣ୍ଡା ନିବାସୀ କିଶୋର ସ୍ୱାଇଁ ଙ୍କୁ ଗ୍ରୀଷ୍ମ କାଳୀନ ଭତ୍ତା ବାବଦରେ ୬୦୦ ଟଙ୍କା ମହଦା ନିବାସୀ ଯୋଗେଶ୍ୱର ସା ଓ ସିଲାଟି ନିବାସୀ ସିତୟା ଖମାରୀ ପ୍ରତ୍ୟେକ ଙ୍କୁ ବାର୍ଦ୍ଧକ୍ୟ ଭତ୍ତାରେ ଅନ୍ତର୍ଭୁକ୍ତ କରାଯାଇ ୫୦୦ ଟଙ୍କା ଲେଖାଁଏ ଓ ଭଣ୍ଡାର ନିବାସୀ କୁଶ ବାଗ ଙ୍କୁ ଡିଜିଟାଲ ଶ୍ରବଣ ଯନ୍ତ୍ର ର ସହାୟତା ପ୍ରଦାନ କରାଯାଇଛି l

ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ, ଜିଲ୍ଳା ସ୍ତରୀୟ ଅଧିକାରୀ, ଅତିରିକ୍ତ ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ lWhatsApp Image 2022 07 19 at 10.34.34 AM ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଗତ ଏକ ମାସ ମଧ୍ୟରେ ବିନିକା ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି, ବିଭାଗୀୟ ଅଧିକାରୀ ମାନେ ଅଞ୍ଚଳ ର ଜନ ଜୀବନ କୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱ ର ସହ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି l

ପୁନଶ୍ଚ ଜିଲ୍ଲା ର କୌଣସି ସରକାରୀ କାର୍ଯ୍ୟାଳୟ ଅଥବା କାର୍ଯ୍ୟାଳୟ ପରିସର ଯେପରି ପରିଷ୍କାର ପରିଚ୍ଛନ ତଥା ଏକକ ପ୍ଲାଷ୍ଟିକ ବ୍ୟବହାର ମୁକ୍ତ ରହିବ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି l ଆଗାମୀ ଜିଲ୍ଲା ସ୍ତରୀୟ ଜନ ଶୁଣାଣୀ ଆସନ୍ତା ତା: ୨୫/୭/୨୨ ସୋମବାର ଦିନ ଜିଲ୍ଲା ର ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବା ନିମନ୍ତେ ପ୍ରଶାସନ ତରଫରୁ ସୂଚୀତ କରାଯାଇଛି l