Saturday, August 8, 2020
Home Government News ବିଧାୟକଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ବିଧାୟକଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ରିପୋର୍ଟ: ବିମଳେନ୍ଦୁ ସାହୁ
ଲୋଇସିଂହା(୧୧/୦୭): ବୈଜ୍ଞାନିକରୁ ରାଜନେତା ବନିଥିବା ଲୋଇସିଂହା ବିଧାୟକ ଡା.ମୁକେଶ ମହାଳିଙ୍ଗ ଆଜି ଲୋଇସିଂହା ବ୍ଲକର ବିଭିନ୍ନ ପଂଚାୟତର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ।

ସ୍ଥାନୀୟ ବ୍ଲକ ପରିସରସ୍ଥିତ ସମ୍ମିଳନୀ କକ୍ଷରେ ବିଡ଼ିଓ ରାମଚନ୍ଦ୍ର ଖାଡ଼ିଆଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଡା.ମହାଳିଙ୍ଗ ଯୋଗଦେଇ ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ପକ୍କାଘର ତିଆରି କରି ଆବାସ ଯୋଜନାରେ ମିଳୁଥିବା ଅତିରିକ୍ତ ବୋନସର ଫାଇଦା ନେବା ସକାଶେ ହିତାଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ବ୍ଲକର ୧୧୦ ହିତାଧିକାରୀଙ୍କୁ ଏହି ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ବାଦୀମୁଣ୍ଡା ପଂଚାୟତ ନିର୍ବାହୀ ଅଧିକାରୀ ସୁଧୀର ପାଢ଼ୀ ପ୍ରମୁଖ ଯୋଗଦେଇଥିବାବେଳେ ବ୍ଲକ ଅଧ୍ୟକ୍ଷ୍ୟାଙ୍କ ଅନୁପସ୍ଥିତି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ବିଜେପିର ଲୋଇସିଂହା ମଣ୍ଡଳ ସଭାପତି ଜ୍ୟୋତିର୍ମୟ ରାଉତ, ମିଡ଼ିଆ ପ୍ରଭାରୀ ଭୁତନାଥ ନାୟକ, ବାହାଦୂର ନନ୍ଦ, ରାଜୁ ସାହୁ, ଗୌରାଙ୍ଗ ନାୟକଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: