Thursday, March 28, 2024

Top 5 This Week

Related Posts

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୫/୭) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 07 25 at 6.56.44 PM ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ଟି ଓ ସାମୁହିକ ଦରଖାସ୍ତ ୮ଟି ରହିଛି l

ଗ୍ରହଣ କରାଯାଇଥିବା ୫୦ ଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲା ର ୩୮ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଶିବିରରେ ସିଏମ ଆରଏଫ ସହାୟତା ନିମନ୍ତେ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି l

ବୀରମହାରାଜପୁର ବିଡ଼ିଓ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର, ଉପ- ଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ବୀରମହାରାଜପୁର ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Popular Articles