Thursday, March 28, 2024

Top 5 This Week

Related Posts

ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୭/୦୭) : ଆଜି ପ୍ରକାଶ ପାଇବ +୨ ରେଜଲ୍ଟ । ଅପରାହ୍ନ ୪ ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।

ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଓ ଏହାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶିତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । www.orissaresults.nic.in ଏବଂ SAMS e-space ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣି ପାରିବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ରାଜ୍ୟ ର ୧୧ ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।

କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଦେଇଥିଲେ । ମହାମାରୀ ପାଇଁ ଲଗାତର ୨ ବର୍ଷ ଧରି ଅନଲାଇନ୍ ପରୀକ୍ଷା ପରେ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ ।

Popular Articles