କୁଶପାଲି ଠାରେ ଆବାସିକ ବିଦ୍ୟାଳୟ ଉଦ୍ଘାଟିତ

0
190
କୁଶପାଲି ଠାରେ

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୦୧/୦୮) : ଗଜପତି ଜିଲ୍ଲା ଆର. ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ପଞ୍ଚାୟତ ର କୁଶପାଲି ଠାରେ ଏକ ଆବାସିକ ବିଦ୍ୟାଳୟ ଉଦ୍ଘାଟିତ ହୋଇଯାଇଛି ।

କୁଶପାଲି ଠାରେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନାଥ ସରକା ଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ, ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗାବରା ତିରୁପତି ରାଓ, ଗୋଶାଣୀ ଅଧ୍ୟକ୍ଷ ବାଳା ରାଜୂ, ଅନ୍ତର୍ଯ୍ୟାମୀ ଗମାଙ୍ଗ, ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ଙ୍କ ଉପସ୍ଥିତି ରେ କଳିଙ୍ଗ ଆଦର୍ଶ ବିଦ୍ୟାଳୟ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ବହୁ ଦଳୀୟ କର୍ମକର୍ତା ଙ୍କ ସହ କାଶୀନଗର ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ ବାଲା ସାୟାମ୍ମା ଯୋଗ ଦେଇଥିଲେ ।