ଜିଲ୍ଲା ସଦର ମୋହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0
123
ଜିଲ୍ଲା ସଦର ମୋହକୁମା

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୦୧/୦୮) : ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମୋହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ଜିଲ୍ଲା ସଦର ମୋହକୁମା ଠାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେବ ସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ପିଡି, ଡିଆର୍ଡିଏ ରବି ନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ରାୟଗଡ଼ା ଭୀମସେନ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବଗ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ପତିତ ପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ତହସିଲଦାର ତାପସ କୁମାର ରାଉତ, ବିଡ଼ିଓ ଲକ୍ଷ୍ମୀ ନାରାୟଣ ସାବତ, ପୌର ନିର୍ବାହୀ ଅଧିକାରୀ ୟାସସିର ବିଲଲ ଅହମଦ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଧ୍ରୁବଚରଣ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ରାୟଗଡା, ଶେଖ ଆଲେନୁର, ନିର୍ବାହୀଯନ୍ତ୍ରୀ ବିଦ୍ୟୁତ ନାରାୟଣ ନାୟକ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୬୦ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୫୪ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୬ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଆଜିର ଅଭିଯୋଗ ଶୁଣାଣି ଶିବିର ରେ ୩ ଜଣକୁ ମୁଖ୍ୟମନ୍ତ୍ରୀ ରାହତ କୋଷରୁ ୨୫ ହଜାର ଟଙ୍କା ଏବଂ ୨ ଜଣକୁ ଜିଲ୍ଲା ରେଡ଼କ୍ରସ ସଂସ୍ଥାରୁ ୧୦ ହଜାର ଟଙ୍କା ସର୍ବୋମୋଟ ୩୫ ହଜାର ଟଙ୍କା ଜିଲ୍ଲାପାଳ ଶ୍ରୀମତି ଦେବ ସିଂ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀମତି ଦେବ ସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।