ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
129
ଡୁଙ୍ଗୁରିପାଲି

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧/୮) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l

ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୬ ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୮ ଟି, ସାମୁହିକ ଦରଖାସ୍ତ ୮ ଟି ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୫ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୧ ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଏହି ଶିବିର ଅବସରରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ସୁନାପାଲି ନିବାସୀ ଶ୍ରୀମତୀ କଳାବତୀ ମିର୍ଦ୍ଧା, ସ୍ୱାମୀ ସ୍ୱର୍ଗତ ଉପେନ୍ଦ୍ର ମିର୍ଦ୍ଧା ଙ୍କୁ ଜାତୀୟ ପରିବାର କଲ୍ୟାଣ ଯୋଜନାରେ ଏକକାଳୀନ ଆର୍ଥିକ ସହାୟତା ୨୦,୦୦୦ (କୋଡିଏ ହଜାର) ଟଙ୍କା ସହିତ ମଧୁବାବୁ ପେନସନ ଯୋଜନାରେ ଚଳିତ ମାସ ଠାରୁ ମାସକୁ ୫୦୦ ଟଙ୍କା ଲେଖାଁଏ ପ୍ରଦାନ କରିଛନ୍ତି l

ବି ଡି ଓ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l